ସ୍ମିତ୍ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍ ନିଜର ଅନୁଭୂତି ଏବଂ ଉକ୍ତ ଘଟଣା ସମୟରେ ସେ କିପରି ସାହସ ଜୁଟାଇ ପାରିଥିଲେ, ସେ ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ ସାହସର ପ୍ରଶଂସା କରିବା ସହ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଥିଲେ।
ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ସ୍ମିତ୍ଙ୍କ ପରିବାର ସଦସ୍ୟଙ୍କ ସହ ମଧ୍ୟ କଥା ହୋଇଥିଲେ। ଏହା ପରେ, UPSC-ର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ସମୟରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସ୍ମିତ୍ଙ୍କ ପାଇଁ ପ୍ରାର୍ଥନା କରିବାକୁ କହିଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।