ହୃଦ୍ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ
ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ ଉନ୍ନୀତ ସ୍ବାସ୍ଥ୍ୟକେନ୍ଦ୍ରରେ ଆୟୁଷ ଡାକ୍ତର ଭାବେ କାର୍ଯ୍ୟ କରୁଥିବା ଚିତ୍ତରଞ୍ଜନ ସୋମବାର ସାରେ ହଠାତ୍ ଅସୁସ୍ଥ ହୋଇପଡିଥିଲେ।
ତୁରନ୍ତ ତାଙ୍କୁ ନିକଟସ୍ଥ ମିଶନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ସେ ଜଣେ ଶାନ୍ତ ସ୍ବଭାବ ଓ ପରୋପକାରୀ ବ୍ୟକ୍ତି ଥିଲେ। ତାଙ୍କ ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଦୁଇଭାଇ ଆଇନଜୀବୀ ମନରଞ୍ଜନ ରାଉତ, ଫରେଷ୍ଟର ରମାରଞ୍ଜନ ରାଉତ ଓ ଦୁଇ ପୁଅ ଅଛନ୍ତି। ଗାଁ ଶ୍ମଶାନରେ ମଙ୍ଗଳବାର ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।