୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୯ ମୋବାଇଲ ଜବତ, ୭ ଜୁଆଡ଼ିଙ୍କୁ ଗିରଫ କରି…
ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୋଇରାଶି ପଞ୍ଚାୟତ ବରପଲ୍ଲୀ ଓ ଭୁଆଁଭୂଇଁ ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିରଠାରେ ଜୁଆଆଡ୍ଡା ଚାଲିଥିବାବେଳେ ରମ୍ଭା ଥାନା ଆଇଆଇସି କୁମାର ମୁଦୁଲିଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍ ଅତର୍କିତ ଚଢ଼ାଉ କରିଥିଲା। ସେଠାରୁ ୭ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୧ ଲକ୍ଷ ଛଅ ହଜାର ଟଙ୍କା ସହ ୯ଟି ମୋବାଇ ଜବତ କରିଛି ରମ୍ଭା ପୋଲିସ l ଗିରଫ ବ୍ୟକ୍ତିମାନେ ଅଜୟ ବେହେରା, ରବୀନ୍ଦ୍ର ନାଥ ବେହେରା, ନରସିଂହ ବେହେରା, ଜୟଦେବ ବେହେରା, ପ୍ରଶାନ୍ତ ବେହେରା, ସୁଶାନ୍ତ ବେହେରା, ଅଶୋକ ବେହେରା ବୋଲି ରମ୍ଭା ଥାନା ପୋଲିସ ପକ୍ଷରୁ କୁହାଯାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।