୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

Sep 25, 2026 - 12:32
୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ସଂଗଠନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ସୂଚନା ମିଳିଛି।

ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଏନେଇ ସୂଚନା ଦେଇଛନ୍ତି। ପାଠ୍ୟପୁସ୍ତକରେ ଥିବା ତ୍ରୁଟିକୁ ନେଇ ସଂଗଠନ ପକ୍ଷରୁ ଆପତ୍ତି ଉଠାଯାଇଥିବା ବେଳେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ମଧ୍ୟ ଦାବି କରାଯାଇଛି। ସଂଗଠନ ପକ୍ଷରୁ ଘୋଷିତ ଏହି ବନ୍ଦ ଡାକରାକୁ ନେଇ ଆଗାମୀ ଦିନରେ ରାଜ୍ୟରେ ରାଜନୈତିକ ଓ ସାମାଜିକ ମାହୋଲ ଉପରେ ନଜର ରହିବ।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।