୯ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

Nov 04, 2026 - 07:49
୯ରେ ରାଜ୍ୟ କ୍ୟାବିନେଟ୍‌:  ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର, ୪ା୧୧ (ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ନଭେମ୍ବର ୯ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ୯ଟିରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହିତ ଅନୁମୋଦନ ହେବାକୁୁ ରହିଛି। ବୈଠକ ସଂକ୍ରାନ୍ତରେ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ମୁଖ୍ୟ ଶାସନ ସଚିବ ଗର୍ଗ ପ୍ରଦାନ କରିଥିବା ପତ୍ରରେ ଦର୍ଶାଇଛନ୍ତି, ୯ ତାରିଖ ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଏଥିରେ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଉପସ୍ଥିତ ରହିବାକୁ ଅନୁରୋଧ କରୁଛି। ତେବେ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପଞ୍ଚାୟତିରାଜ, ପୂର୍ତ୍ତ, ଜଙ୍ଗଲ ଓ ପରିବେଶ, ଗ୍ରାମ୍ୟ ଉନ୍ନୟନ, ଜଳସମ୍ପଦ ଭଳି କେତେକ ବିଭାଗ ପକ୍ଷରୁ ପ୍ରସ୍ତାବମାନ ଆସିବାର ରହିଛି।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।