ଆଜି ଠାରୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ

Sep 22, 2026 - 19:12
ଆଜି ଠାରୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର : ଆଜି ଠାରୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ। ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାପରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା ଯୋଗୁଁଁ ବାଚସ୍ପତି ସୁରମା ପାଢୀ ୧ଟା ୧୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଏମଏମଡିଆର ବିଲ୍ ପ୍ରତ୍ୟାହାର ଦାବିରେ କଂଗ୍ରେସର ଓ ତ୍ରୁଟି ବହିକୁ ନେଇ ବିଜେଡି ହୋହଲ୍ଲା ଓ ହଟ୍ଟଗୋଳ କରିଛନ୍ତି। ପ୍ଲାକାର୍ଡ ଧରି ଗୃହର ମଧ୍ୟ ଭାଗକୁ ଆସି ନାରାବାଜି କରିଥିଲେ ବିରୋଧୀ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।