ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି

Sep 10, 2026 - 15:56
ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଉ ଏହା ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଜାରି କରାଯାଇଥିବା ସୂଚନା ମୁତାବକ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା(୨୦ ସେମିରୁ ଅଧିକ) ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।