ମୋଦୀଙ୍କ ଗସ୍ତ ପାଇଁ ୭୦ ପ୍ଲାଟୁନ୍‌ ପୁଲିସ ଫୋର୍ସ ମୁତୟନ

Oct 24, 2026 - 21:43
ମୋଦୀଙ୍କ ଗସ୍ତ ପାଇଁ ୭୦ ପ୍ଲାଟୁନ୍‌ ପୁଲିସ ଫୋର୍ସ ମୁତୟନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତକୁ ନେଇ ରାଜଧାନୀ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗସ୍ତ ସମୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ୭୦ ପ୍ଲାଟୁନ୍‌ ପୁଲିସ ଫୋର୍ସ ମୁତୟନ କରାଯିବ। ଭୁବନେଶ୍ୱରରୁ ଜଟଣୀ ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳକୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖାଯିବ।

ସୁରକ୍ଷା ଦାୟିତ୍ୱରେ ୨୨୩ ଜଣ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ଓ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର (ଏଏସ୍‌ଆଇ) ନିୟୋଜିତ ରହିବେ। ସେହିପରି ୭୧ ଜଣ ଥାନା ଅଧିକାରୀ (ଆଇଆଇସି) ଏବଂ ୩୭ ଜଣ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ (ଏଏସ୍‌ପି) ଓ ଡିଏସ୍‌ପି ପାହ୍ୟାର ଅଧିକାରୀ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ।ଏହାବ୍ୟତୀତ ୧୦ ଜଣ ଏସ୍‌ପି, ଡିସିପି ଓ କମାଣ୍ଡାଣ୍ଟ ପାହ୍ୟାର ଅଧିକାରୀ ସୁରକ୍ଷା ଦାୟିତ୍ୱ ସମ୍ଭାଳିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପଥ, କାର୍ଯ୍ୟକ୍ରମସ୍ଥଳ ଏବଂ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରାଯିବ।ଗସ୍ତକୁ ଦୃଷ୍ଟିରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।