Odisha Braces for More Rain: ୨୨ ଯାଏଁ ବର୍ଷାରୁ ନିସ୍ତାର ନାହିଁ, ଅନେକ ଜିଲ୍ଲାକୁ ୟେଲୋ ଆଲର୍ଟ
ଆସନ୍ତା ସପ୍ତାହେ ଯାଏଁ ବର୍ଷାରୁ ମିଳିବନି ନିସ୍ତାର । ୨୨ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଏବେ ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାଖାପାଖି ଅଂଚଳରେ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ଆଜି ଓ କାଲି ଅଧାରୁ ଅଧିକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବା ସମ୍ଭାବନା ରହିଛି । ଦୁଇଦିନ ପାଇଁ ୨୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ ।
ସେହିଭଳି ୧୮ ତାରିଖରେ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବାବେଳେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଓ ବାଲେଶ୍ବରରୁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୯ ତାରିଖରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବା ନେଇ ୩୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଦିନ ୬ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ । ଅନ୍ୟପଟେ ୨୧ ଓ ୨୨ ତାରିଖରେ କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଜୁନ୍ ୧ରୁ ଆଜି ଯାଏଁ ରାଜ୍ୟରେ ମୋଟ୍ ୧୨୬୯.୭ ମିଲିମିଟର ବର୍ଷା ରେକର୍ଡ ହୋଇଛି, ଯାହାକି ସ୍ୱାଭାବିକ ବର୍ଷାଠାରୁ ୨୧ ପ୍ରତିଶତ ଅଧିକ। ତେବେ ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।
ଆସନ୍ତା ସପ୍ତାହେ ଯାଏଁ ବର୍ଷାରୁ ମିଳିବନି ନିସ୍ତାର
୨୨ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା
ଆଜି ଓ କାଲି ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ
୧୮ ତାରିଖରେ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ
୧୮ରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଓ ବାଲେଶ୍ବରରେ ଅଧିକ ବର୍ଷା
୧୯ ତାରିଖରେ ୩୦ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା
୨୧ ଓ ୨୨ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।