Odisha Braces For More Rain: ଆସନ୍ତାକାଲିଠୁ ବଢ଼ିବ ବର୍ଷାର ପରିମାଣ, ଦକ୍ଷିଣ ଓଡ଼ିଶାକୁ ବଡ଼ ବିପଦ!
ବାତ୍ୟା ମୁରାସୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଜାରି ରହିଛି।
ଆଜି ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତାକାଲି ବଢିବ ବର୍ଷା ପରିମାଣ।
ଏଥିପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
Advertisment ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ।
ବାକି ଜିଲ୍ଲାଗୁଡ଼ିକୁ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।
୪ ତାରିଖରେ ବି ସାରା ଓଡ଼ିଶାକୁ ବର୍ଷା ପବନ ନେଇ ୱାର୍ଣ୍ଣିଂ ଜାରି ହୋଇଛି।
...
ଆଜି ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷିବ ଆଜି ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷିବ ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ ୩ରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରୁ ଅରେଞ୍ଜ ୱାର୍ଣ୍ଣିଂ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ କଟକକୁ ୟେଲୋ ୱାର୍ଣ୍ଣିଂ ୪ରେ ସାରା ଓଡ଼ିଶାକୁ ବର୍ଷା ପବନ ନେଇ ୱାର୍ଣ୍ଣିଂ Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।