Odisha CM in UAE ଆବୁଧାବିରେ ଆଇବିପିଜି ସହ ମୁଖ୍ୟମନ୍ତ୍ରୀଙ୍କ ଗୋଲଟେବୁଲ୍ ବୈଠକ

Sep 09, 2026 - 17:59
Odisha CM in UAE ଆବୁଧାବିରେ ଆଇବିପିଜି ସହ ମୁଖ୍ୟମନ୍ତ୍ରୀଙ୍କ ଗୋଲଟେବୁଲ୍ ବୈଠକ

"ଆବୁଧାବି/ଭୁବନେଶ୍ୱର:  ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌ର ଅଂଶ ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି (ବୁଧବାର) ଆବୁଧାବି ଠାରେ ଇଣ୍ଡିଆନ୍ ବିଜନେସ୍ ଆଣ୍ଡ ପ୍ରଫେସନାଲ୍ ଗ୍ରୁପ୍ (IBPG) ସହ ଏକ ଗୋଲଟେବୁଲ୍ ବୈଠକରେ ଯୋଗଦେଇଛନ୍ତି।Advertisment ଏହି ବୈଠକରେ, ଓଡ଼ିଶା ଓ ୟୁଏଇ ମଧ୍ୟରେ ବାଣିଜ୍ୟ, ରପ୍ତାନି ଓ ବ୍ୟବସାୟିକ ସହଯୋଗ ବୃଦ୍ଧି ଉପରେ ଆଲୋଚନା ହୋଇଥିଲା।

ହଳଦୀ, ଅଦା, ସାମୁଦ୍ରିକ ଖାଦ୍ୟ, ଖାଦ୍ୟ ପ୍ରକ୍ରିୟାକରଣ ଓ ପ୍ରମୁଖ ୟୁଏଇ ବ୍ରାଣ୍ଡ ପାଇଁ ଠିକା ଉତ୍ପାଦନ (କଣ୍ଟ୍ରାକ୍ଟ ମ୍ୟାନୁଫାକ୍ଚରିଂ) ଏବଂ ଦକ୍ଷ ମାନବ ସମ୍ବଳ ନିମନ୍ତେ ସୁଯୋଗ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।

UAE Investors: ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନ: ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା ଓ ବୈଠକ ଅନୁଷ୍ଠିତ ହେବ ଏହି ଆଲୋଚନାରେ, IBPG ସଭାପତି ରାଜୀବ ଶାହାଙ୍କ ସମେତ ରୁଚି, ଫାର୍ମ ବି, ବି ୱାନ , ଓରି କ୍ଲିନ୍ ଭଳି ଓଡ଼ିଶାଭିତ୍ତିକ କମ୍ପାନୀର ପ୍ରତିନିଧି ଯୋଗଦେଇଥିଲେ।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।