Odisha CM to Visit UAE ପାଞ୍ଚ ଦିନିଆ କାର୍ଯ୍ୟକ୍ରମରେ ୟୁଏଇ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି
"ପୁଞ୍ଜି ଆକର୍ଷଣ ପାଇଁ ବୃହତ୍ ନିବେଶକ ଓ ଶିଳ୍ପପତିଙ୍କ ସହିତ ଆଲୋଚନା କରିବେ ୧୧ ତାରିଖ ଦିନ ପ୍ରବାସୀ ଓଡ଼ିଆଙ୍କୁ ସମ୍ୱୋଧନ କରିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି (୮ ସେପ୍ଟେମ୍ବର) ଠାରୁ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ପାଞ୍ଚ ଦିନିଆ ଗସ୍ତରେ ଯିବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ପୁଞ୍ଜି ଆକର୍ଷଣ ପାଇଁ ବିଭିନ୍ନ ନିବେଶକ ଓ ଶିଳ୍ପପତିଙ୍କ ସହିତ ଆଲୋଚନା କରିବେ ।
ଏହାସହିତ ପ୍ରବାସୀ ଓଡ଼ିଆଙ୍କୁ ସମ୍ୱୋଧନ କରି ଓଡ଼ିଶାର ବିକାଶମୂଳକ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିବା ସହିତ ଓଡ଼ିଶା ଏବଂ ୟୁଏଇ ମଧ୍ୟରେ ବାଣିଜ୍ୟିକ ଓ ସାଂସ୍କୃତିକ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଆହ୍ୱାନ ଦେବାର କାର୍ଯ୍ୟକ୍ରମ ରହିଛି ।
Advertisment ୮ ତାରିଖରେ ମୁଖ୍ୟମନ୍ତ୍ରୀ ପ୍ରଥମେ ନୂଆଦିଲ୍ଲୀ ଯାଇ ସେଠାରୁ ଆବୁଧାବି ଯିବେ ।
୯ ତାରିଖରେ ଇଣ୍ଟରନ୍ୟାସନାଲ ହୋଲ୍ଡିଂ କମ୍ପାନୀ (IHC), ଇଣ୍ଡିଆନ ବିଜନେସ ଆଣ୍ଡ ପ୍ରଫେସନାଲ ଗ୍ରୁପ୍, ପେଟ୍ରୋ କେମିକାଲ କ୍ଷେତ୍ରର ବୋରଗ୍ (Borouge) କମ୍ପାନୀ ଆଦି ବିଶ୍ୱସ୍ତରୀୟ କମ୍ପାନୀର ପ୍ରମୁଖ ନେତୃତ୍ୱ ଏବଂ ଅଧିକାରୀମାନଙ୍କ ସହିତ ଆଲୋଚନା କରିବେ ।
ସେଦିନ ସନ୍ଧ୍ୟାରେ ଦୁବାଇରେ "One District One Product" କାର୍ଯ୍ୟକ୍ରମ ଅଧୀନରେ ଉତ୍ପାଦିତ ଓଡ଼ିଶାର ବିଭିନ୍ନ ଦ୍ରବ୍ୟର ଏକ ପ୍ରଦର୍ଶନୀ ଉଦ୍ଘାଟିତ ହେବାର କାର୍ଯ୍ୟକ୍ରମ ରହିଛି ।
UAE: ୟୁଏଇରୁ ରପ୍ତାନିଭିତ୍ତିକ ଶିଳ୍ପକୁ ଟାଣିବ ଓଡ଼ିଶା ୧୦ ତାରିଖ ଦିନ UAE ର ଅର୍ଥନୀତି ତଥା ପର୍ଯ୍ୟଟନ ମନ୍ତ୍ରୀ ଏବଂ କାଉନ୍ସିଲ ଅଫ୍ ଇଣ୍ଟରନ୍ୟାସନାଲ ଇନ୍ଭେଷ୍ଟମେଣ୍ଟସ"ର ଅଧ୍ୟକ୍ଷ ଅବଦୁଲ୍ଲା ବିନ୍ ତକ୍ ଅଲ୍ ମାରିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି।
ଏହାସହିତ ଇଣ୍ଡିଆନ ବିଜନେସ ଆଣ୍ଡ ପ୍ରଫେସନାଲ କାଉନସିଲ, ଏମିରେଟ୍ସ ଗ୍ଲୋବାଲ ଆଲୁମିନିଅମ୍ର ପ୍ରମୁଖ ନେତୃତ୍ୱମାନଙ୍କ ସହିତ ଆଲୋଚନା କରିବେ ।
ମିଡିଲ ଇଷ୍ଟ ରିସାଇକ୍ଲିଙ୍ଗ୍ ଆସୋସିଏସନ୍ ସହିତ ରାଉଣ୍ଡ ଟେବୁଲ ବୈଠକ, ଓଡ଼ିଶା ବିଜନେସ ଡେଲିଗେସନ୍ ସହିତ ଆଲୋଚନା ଆଦି କାର୍ଯ୍ୟକ୍ରମ ମଧ୍ୟ ରହିଛି ।
UAE: ୩ ବର୍ଷରେ ବିଦେଶରେ ୧,୯୦୦ରୁ ଅଧିକ ପ୍ରବାସୀ ଭାରତୀୟ ନିଜ ଜୀବନ ନେଇଛନ୍ତି ୧୧ ତାରିଖ ଦିନ ଦୁବାଇରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଇନ୍ଭେଷ୍ଟର୍ସ ମିଟ୍"ରେ ଉଦ୍ୟୋଗପତି ଓ ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବ୍ୟାପକ ସୁଯୋଗ ସମ୍ପର୍କରେ ଆଲୋଚନା କରିବେ ।
ଏହାସହିତ ପ୍ରବାସୀ ଓଡ଼ିଆ ମାନଙ୍କ ସହିତ ମଧ୍ୟ ଏକ ବ୍ୟାପକ ମତବିନିମୟ କାର୍ଯ୍ୟକ୍ରମ ରହିଛି ।
୧୨ ତାରିଖ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ।
ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ରାଜ୍ୟ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଗସ୍ତ କରୁଛନ୍ତି ।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।