Odisha politics: ବିଜେଡି ମୁଖିଆ ଛାତ୍ର ସମାଜକୁ ବିଭ୍ରାନ୍ତ କରୁଛନ୍ତି: ମନ୍ତ୍ରୀ

Oct 17, 2026 - 21:33
Odisha politics: ବିଜେଡି ମୁଖିଆ ଛାତ୍ର ସମାଜକୁ ବିଭ୍ରାନ୍ତ କରୁଛନ୍ତି: ମନ୍ତ୍ରୀ

"ଭୁବନେଶ୍ବର: ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ଛାତ୍ର ନେତାମାନଙ୍କୁ ଭେଟିବା ଅବସରରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟର ବିଜେପି ସରକାରକୁ ଟାର୍ଗେଟ କରିଥିଲେ।

ଏହାର ଜବାବ୍ ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସିଧାସଳଖ ନବୀନଙ୍କୁ ଟାଗେର୍ଟ କରି କହିଛନ୍ତି, ଓଡ଼ିଶାରେ ଦୁଇ ଦିନ ତଳେ ଛାତ୍ର ସଂସଦ ନିର୍ବାଚନ ଶେଷ ହୋଇଛି, ଯାହା ଗତ ୮ ବର୍ଷ ଧରି ହୋଇପାରୁନଥିଲା।

ଛାତ୍ର ସଂସଦ ନିର୍ବାଚନକୁ ବନ୍ଦ କରିବାରେ ଆପଣଙ୍କ ଓ ଆପଣଙ୍କ ପ୍ରରୋଚକମାନଙ୍କ ଭୂମିକାକୁ ଆଜି ବି ଓଡ଼ିଶାର ଛାତ୍ର ଓ ଯୁବସମାଜ ଏକ କଳଙ୍କିତ ଅଧ୍ୟାୟର ଆଖ୍ୟା ଦେଇଛନ୍ତି।Advertisment ଆଜି ଗଣମାଧ୍ୟମକୁ ଦେଇଥିବା ବିବୃତ୍ତିରୁ ମନେହେଉଛି, ଆପଣ ଆପଣଙ୍କ ଦଳକୁ ବଞ୍ଚାଇବାକୁ ତଥା ଦଳ ଭିତରେ ନୂଆ ମୁଖିଆଙ୍କ ଗ୍ରହଣୀୟତାକୁ ସୁରକ୍ଷା ଦେବାକୁ ଯାଇ ଏପରି ଅସତ୍ୟ କହିଛନ୍ତି।

ଆପଣଙ୍କ ପାଖରେ ଥିବା ଲୋକମାନେ ଆପଣଙ୍କ ଭଳି ଜଣେ ଅନୁଭବୀ ନେତୃତ୍ୱଙ୍କ ମୁହଁରୁ ଛାତ୍ର-ନିର୍ବାଚନ ସମ୍ପର୍କରେ ଅମୂଳକ ଉଚ୍ଚାରଣ କରାଇବା ଆପଣଙ୍କ ଛବିକୁ ଆହୁରି ମଳିନ କରୁଛି।

Student union elections: ଛାତ୍ର ସଂସଦ ନିର୍ବାଚନରେ ସଙ୍ଗଠନଙ୍କ ଦାବି: ଏବିଭିପି- ୮୧%, ବିସିଜେଡି-୬୦%, ଛାତ୍ର କଂଗ୍ରେସ-୧୦% ଓଡ଼ିଶାର ଛାତ୍ର ସଂସଦ ନିର୍ବାଚନ ଯେଉଁ ସକରାତ୍ମକ ବାର୍ତ୍ତା ଦେଉଛି, ତାହା ଓଡ଼ିଶାର ଛାତ୍ର ଓ ଯୁବ ସମାଜ ଭଲ ଭାବେ ଜାଣିପାରିଛନ୍ତି।

କେଉଁ ଦଳ, କେଉଁ ସଂଗଠନର ସମର୍ଥନରେ କେତେ ଛାତ୍ର ନେତା ନିର୍ବାଚିତ ହୋଇଛନ୍ତି, ତାହା ରାଜ୍ୟବାସୀ ଜାଣିଛନ୍ତି।

ବାରମ୍ବାର ମିଛ କହି ତାହାକୁ ସତ୍ୟରେ ପରିଣତ କରିବା ପାଇଁ ଚେଷ୍ଟା କରିବା ଆପଣଙ୍କ ଭଳି ବ୍ୟକ୍ତିଙ୍କ ପକ୍ଷେ କଦାପି ଶୋଭା ପାଉନାହିଁ।

ଏହି ସମୟରେ ଆପଣ ଛାତ୍ରସମାଜକୁ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଗଢ଼ିବା ପାଇଁ ପ୍ରେରଣାଦାୟୀ ବାର୍ତ୍ତା ଦେଇଥିଲେ ତାହା ଅଧିକ ଭଲ ହୋଇଥା"ନ୍ତା।

ଓଡ଼ିଶାର ଛାତ୍ର ଓ ଯୁବ ସମାଜକୁ ଭ୍ରମ ଓ ଭ୍ରାନ୍ତିଠାରୁ ଦୂରରେ ରଖି ରାଷ୍ଟ୍ର ନିର୍ମାଣରେ ସେମାନଙ୍କୁ ପ୍ରେରିତ କରିବା ଆମର ଧ୍ୟେୟ ହେଉ।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।