One Killed: ଗଞ୍ଜାମରେ ପୂର୍ବ ଶତ୍ରୁତାରୁ ହତ୍ୟା ଅଭିଯୋଗ: ସୋରଡ଼ାରେ ଦୁଇ ଯୁବକଙ୍କୁ ଆକ୍ରମଣ, ଜଣେ ମୃତ
"ସୋରଡ଼ା: ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ଅଭିଯୋଗ ହୋଇଛି।
ତତାବାଲି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଦୁଇ ଯୁବକଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରାଯାଇଛି ।
ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି ।ମୃତକ ହେଲେ ସୁରମଣୀ ଗାଁର କୃଷ୍ଣ ଗୌଡ଼ ।
ଗୁରୁତର ରଜତ ବେହେରା ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି ।
କୃଷ୍ଣ ଓ ରଜତ ବାଇକରେ ଯାଉଥିବା ବେଳେ ତତାବାଲି ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ପିକଅପ୍ ଭ୍ୟାନ୍ ବାଇକକୁ ଧକ୍କା ଦେଇଥିଲା ।
ଦୁହେଁ ତଳେ ପଡ଼ିଯିବା ପରେ କିଛି ଯୁବକ ସେଠାରେ ପହଞ୍ଚି ମାରଣାସ୍ତ୍ରରେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।
ପରେ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ।Advertisment ଘଟଣାସ୍ଥଳରେ ସୋରଡ଼ା ପୁଲିସ ଓ ଆସିକା ଏସ୍ଡିପିଓ ଗୁରୁତର ଅବସ୍ଥାରେ ଦୁଇ ଯୁବକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସୋରଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ।
ପରେ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା।
ଚିକିତ୍ସାଧୀନ ଅବସ୍ଥାରେ କୃଷ୍ଣ ଗୌଡ଼ଙ୍କ ମୃତ୍ୟୁ ହୋଇଥିଲା।
ସୂଚନା ଅନୁସାରେ, କିଛି ଦିନ ପୂର୍ବରୁ ସୁରମଣୀ ଗାଁରେ ଗଣେଶ ଭସାଣକୁ କେନ୍ଦ୍ର କରି କିଛି ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା ।
ଏହି ପୂର୍ବ ଶତ୍ରୁତାରୁ ଆକ୍ରମଣ ହୋଇଥିବା କୁହାଯାଉଛି।
ଘଟଣାସ୍ଥଳରେ ସୋରଡ଼ା ପୁଲିସ ଓ ଆସିକା ଏସ୍ଡିପିଓ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।
Leopard : ନୂଆପଡ଼ାରେ କଲରାପତରିଆ ବାଘ ଆତଙ୍କ, ପତୋରା-ଭେରା ରାସ୍ତାରେ ଭିଡିଓ ଭାଇରାଲ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।