Parents Lock School Gate Demanding Teachers: ଜଣେ ଶିକ୍ଷକଙ୍କୁ ୨୦୦ ପିଲା, ସ୍କୁଲ ଗେଟରେ ପଡିଲା ତାଲା

Sep 07, 2026 - 14:50
Parents Lock School Gate Demanding Teachers: ଜଣେ ଶିକ୍ଷକଙ୍କୁ ୨୦୦ ପିଲା, ସ୍କୁଲ ଗେଟରେ ପଡିଲା ତାଲା

ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ଗେଟରେ ତାଲା। ସ୍କୁଲ ଗେଟ୍ ଆଗରେ ଧାରଣାରେ ଛାତ୍ରଛାତ୍ରୀ ଓ ଅଭିଭାବକ। ଏଭିଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ରଣସିଂହପୁର ଗ୍ରାମର ଆଶ୍ରମ ସ୍କୁଲରେ।ଦୀର୍ଘଦିନ ଧରି ଶିକ୍ଷକ ନିଯୁକ୍ତି ନେଇ ବାରମ୍ବାର ଅଭିଯୋଗ ସତ୍ତ୍ୱେ ସମସ୍ୟାର ସମାଧାନ ନହେବାରୁ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ।

ସ୍କୁଲରେ ଶିଶୁ ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୨୦୦ରୁ ଅଧିକ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ଏତେ ସଂଖ୍ୟକ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷକ ରହିଥିବା ଅଭିଯୋଗ ହୋଇଛି। ଏନେଇ ଅଭିଭାବକମାନେ ଶିକ୍ଷା ବିଭାଗ ନିକଟରେ ବାରମ୍ବାର ଅଭିଯୋଗ କରି ମଧ୍ୟ କୌଣସି ସୁଫଳ ମିଳିନଥିବା ଅଭିଯୋଗ ହୋଇଛି।

ଏହାର ପ୍ରତିବାଦରେ ଛାତ୍ରଛାତ୍ରୀ ଓ ଅଭିଭାବକ ସ୍କୁଲ ଗେଟରେ ତାଲା ପକାଇ ବିଦ୍ୟାଳୟ ଗେଟ୍ ସମ୍ମୁଖରେ ଧାରଣାରେ ବସିଛନ୍ତି। ତୁରନ୍ତ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନିଯୁକ୍ତି ନହେଲେ ଧାରଣାରୁ ହଟିବେ ନାହିଁ ବୋଲି ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଚେତାବନୀ ଦେଇଛନ୍ତି।...

ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ଗେଟରେ ତାଲା
ଭୋଗରାଇ ରଣସିଂହପୁର ଆଶ୍ରମ ସ୍କୁଲରେ ଅଭାବନୀୟ ଚିତ୍ର
ତୀବ୍ର ପ୍ରତିବାଦରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଧାରଣା
ବାରମ୍ବାର ଅଭିଯୋଗ ପରେ ବି ସମାଧାନ ହେଉନି ସମସ୍ୟା
ସ୍କୁଲରେ ୨୦୦ରୁ ଅଧିକ ଛାତ୍ରଛାତ୍ରୀ ପାଇଁ ଅଛନ୍ତି ମାତ୍ର ଜଣେ ଶିକ୍ଷକ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।