PNB: ପିଏନ୍ବି ଭୁବନେଶ୍ୱର ମଣ୍ଡଳ କାର୍ଯ୍ୟାଳୟର କ୍ରୀଡ଼ା ଉତ୍ସବ
ଭୁବନେଶ୍ୱର: ସେଞ୍ଚୁରିଅନ୍ ୟୁନିଭରସିଟି ଗ୍ରାଉଣ୍ଡ୍ଠାରେ ରାଷ୍ଟ୍ରାୟତ୍ତ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (ପିଏନ୍ବି) ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ଶାରଦୀୟ ଖେଳ ଉତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ମଣ୍ଡଳ ଅନ୍ତର୍ଗତ ବିଭିନ୍ନ ଶାଖାରେ କାର୍ଯ୍ୟରତ ୧୨୦ରୁ ଊର୍ଦ୍ଧ୍ୱ ପୁରୁଷ ଓ ମହିଳା କର୍ମଚାରୀ ଏଥିରେ ଅଂଶଗ୍ରହଣ କରିଥିଲେ। ଆଞ୍ଚଳିକ ପ୍ରବନ୍ଧକ ଭୂଷଣ ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୀଡ଼ା ଉତ୍ସବକୁ ଉଦ୍ଘାଟନ କରିଥିଲେ। ଉପ-ଆଞ୍ଚଳିକ ମୁଖ୍ୟ କ୍ଷେତ୍ରବାସୀ ମିଶ୍ର ଏବଂ ଭୁବନେଶ୍ୱର ମଣ୍ଡଳ ମୁଖ୍ୟ ରମେଶ କୁମାର ସାମଲ ମଧ୍ୟ ଉପସ୍ଥିତ ଥିଲେ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।