President in I-Day eve address: ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଲକ୍ଷ୍ୟ, ରାଷ୍ଟ୍ରପତିଙ୍କ ବଡ଼ ବାର୍ତ୍ତା
୮୦ତମ ସ୍ୱାଧୀନତା ଦିବସ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇବା ସହ ଭାରତକୁ ସର୍ବଶ୍ରେଷ୍ଠ ରାଷ୍ଟ୍ରରେ ପରିଣତ କରିବା ପାଇଁ ସମସ୍ତେ ମିଳିତ ଭାବେ ପ୍ରୟାସ କରିବାକୁ ଆହ୍ୱାନ ଦେଇଛନ୍ତି।
ରାଷ୍ଟ୍ରପତି କହିଛନ୍ତି, ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ନେଇ ଦେଶ ଆଗକୁ ବଢୁଛି। ଆଧୁନିକ ଭାରତ ନିର୍ମାଣ ସହ ସମାନତାର ଆଧାରରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ଠିକ୍ ସମୟରେ ନ୍ୟାୟ ମିଳିବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି। ଦେଶର ପ୍ରାୟ ୮୦ କୋଟି ଲୋକଙ୍କୁ ଖାଦ୍ୟ ସୁରକ୍ଷା ଯୋଗାଇ ଦିଆଯାଉଥିବା ନେଇ ମଧ୍ୟ ସେ ଉଲ୍ଲେଖ କରିଛନ୍ତି।
ଯୁବବର୍ଗଙ୍କୁ ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି ଭାବେ ବର୍ଣ୍ଣନା କରି ରାଷ୍ଟ୍ରପତି ସେମାନଙ୍କ ଦକ୍ଷତାର ପ୍ରଶଂସା କରିଛନ୍ତି। ଯୁବଶକ୍ତିର ଅବଦାନ ଯୋଗୁଁ ଦେଶର ଷ୍ଟାର୍ଟଅପ୍ କ୍ଷେତ୍ରରେ ଉଲ୍ଲେଖନୀୟ ବିକାଶ ହୋଇଛି ବୋଲି ସେ କହିଛନ୍ତି।
ଛାତ୍ରଛାତ୍ରୀମାନେ ଦେଶର ଭବିଷ୍ୟତ ନିର୍ମାତା ବୋଲି ରାଷ୍ଟ୍ରପତି କହିବା ସହ ପରୀକ୍ଷା ବ୍ୟବସ୍ଥାରେ ଅଧିକ ସୁଧାର ଆଣିବା ପାଇଁ ବ୍ୟାପକ ପଦକ୍ଷେପର ଆବଶ୍ୟକତା ଉପରେ ଜୋର ଦେଇଛନ୍ତି। ସରକାର ପରୀକ୍ଷା ପ୍ରକ୍ରିୟାରେ ସୁଧାର ଆଣିବା ଦିଗରେ ପଦକ୍ଷେପ ନେଉଥିବା ମଧ୍ୟ ସେ ଉଲ୍ଲେଖ କରିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।