Puri: ଦିବ୍ୟାଙ୍ଗ ଓ ବୟସ୍କ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଉତ୍ତର ଦ୍ବାରରେ ସ୍ୱତନ୍ତ୍ର ଦର୍ଶନ ବ୍ଯବସ୍ଥା
"ପୁରୀ: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଏବଂ ବୟସ୍କ ଭକ୍ତମାନଙ୍କ ସୁଗମ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଉତ୍ତର ଦ୍ୱାରରେ ସ୍ୱତନ୍ତ୍ର ବ୍ୟବସ୍ଥା ଆୟୋଜନ କରାଯାଉଅଛି।
ଶ୍ରୀମନ୍ଦିରର ଉତ୍ତର ଦ୍ୱାର ଗୁମୁଟ ଠାରୁ କୂର୍ମ ବେଢ଼ା ପର୍ଯ୍ୟନ୍ତ ରାମ୍ପ୍ ଏବଂ ରେଲିଂ ନିର୍ମାଣ ଇତିମଧ୍ଯରେ ସରିଛି।
ଏହାସହ ଦିବ୍ୟାଙ୍ଗ ଏବଂ ବୟସାଧିକ୍ୟ ଶ୍ରଦ୍ଧାଳୁଙ୍କୁ ସହଯୋଗ କରିବା ପାଇଁ ସ୍ୱତନ୍ତ୍ର ଭାବେ ତାଲିମପ୍ରାପ୍ତ ସ୍ୱେଚ୍ଛାସେବୀ ଏହି କାର୍ଯ୍ୟରେ ନିୟୋଜିତ ହେବେ।
ସ୍ୱେଚ୍ଛାସେବୀମାନେ ଶ୍ରଦ୍ଧାଳୁଙ୍କୁ ନାଟମଣ୍ଡପ କିମ୍ବା ଜଗମୋହନ ପର୍ଯ୍ୟନ୍ତ ପହଞ୍ଚାଇବାରେ ସାହାଯ୍ୟ କରିବେ।
ଏହି ସୁବିଧା ପାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଏକ ଅନଲାଇନ୍ ତଥା ମୋବାଇଲ୍ ଆପ୍ଲିକେସନ୍ ପ୍ରସ୍ତୁତ କରୁଛନ୍ତି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.
ଅରବିନ୍ଦ କୁମାର ପାଢ଼ୀ ସୂଚନା ଦେଇଛନ୍ତି।
Advertisment ପ୍ରାରମ୍ଭିକ ପରୀକ୍ଷାମୂଳକ ପର୍ଯ୍ୟାୟରେ ଅନଲାଇନ୍ ତଥା ମୋବାଇଲ ଆପ୍ଲିକେସନ୍ ଜରିଆରେ ବର୍ତ୍ତମାନପାଇଁ ଦୈନିକ ୫୦ ଜଣ ଦିବ୍ୟାଙ୍ଗ ଏବଂ ବୟସ୍କ ଭକ୍ତ ଏହି ସୁବିଧା ପାଇପାରିବେ।
ଏଥିପାଇଁ ଭାରତୀୟ ରେଡ୍ କ୍ରସ ସୋସାଇଟି ଏବଂ ସେଣ୍ଟ ଜନ୍ ଆମ୍ବୁଲାନ୍ସ ସ୍ବେଚ୍ଛାସେବୀମାନଙ୍କୁ କାର୍ଯ୍ୟରେ ନିୟୋଜିତ କରାଯାଇପାରିବ ବୋଲି ଓଡ଼ିଶାର ମାନ୍ୟବର ରାଜ୍ୟପାଳଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ବୈଠକରେ ଆଲୋଚନା ହୋଇଛି।
ଏଣୁ ଆବଶ୍ୟକୀୟ ତାଲିମପ୍ରାପ୍ତ ସ୍ୱେଚ୍ଛାସେବୀ ଯୋଗାଇବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପୁରୀ ଜିଲ୍ଲାପାଳ ତଥା ଜିଲ୍ଲା ରେଡକ୍ରସ୍ ସୋସାଇଟି ଅଧ୍ଯକ୍ଷ ଙ୍କୁ ଲିଖିତ ପତ୍ର ମାଧ୍ୟମରେ ଜଣାଇଛନ୍ତି।
ସମସ୍ତ ଭକ୍ତ ଓ ଶ୍ରଦ୍ଧାଳୁ ଯେଭଳି ସୁରୁଖୁରୁରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିପାରିବେ, ତାହା ଶ୍ରୀମନ୍ଦିର ପ୍ରଶାସନର ପ୍ରାଥମିକତା ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।
ଆହୁରି ପଢନ୍ତୁ: US Military: ଆମେରିକୀୟ ସେନାରେ ଜେନେରାଲ ଏବଂ ଆଡମିରାଲଙ୍କ ସଂଖ୍ୟା ୨୦ ପ୍ରତିଶତ ହ୍ରାସ କରାଯିବ: ବିସ୍ତାର ହେବ ରୋବୋଟିକ୍ କ୍ଷମତା ସେହିଭଳି ୩୦ ସେପ୍ଟେମ୍ବର ବୁଧବାର ଦିନ ଶୁଭ ମୁହୂର୍ତ୍ତରେ ଶ୍ରୀଗୁଣ୍ଡିଚା ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲା ଯାଇଅଛି।
ଭକ୍ତମାନଙ୍କ ସୁବିଧା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି।
ସେଠାରେ ମଧ୍ୟ ଦିବ୍ୟାଙ୍ଗ ଏବଂ ବୟସ୍କ ଶ୍ରଦ୍ଧାଳୁଙ୍କ ପାଇଁ ନିଃଶୁଳ୍କ ଦର୍ଶନ ସହ ହ୍ବିଲ୍ ଚେୟାର, ସ୍ୱେଚ୍ଛାସେବୀ ଓ ନାଟମଣ୍ଡପରେ ରାମ୍ପ ଇତ୍ୟାଦି ବ୍ୟବସ୍ଥା ସୁନିଶ୍ଚିତ କରାଯାଇଛି।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।