Rain Alert in Odisha: ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, କାଲି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ବାତ୍ୟା ମୁରାସୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଜାରି ରହିଛି।
ଆଜି ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତାକାଲି ବଢିବ ବର୍ଷା ପରିମାଣ।
ଏଥିପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
Advertisment ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ।
ବାକି ଜିଲ୍ଲାଗୁଡ଼ିକୁ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।
୪ ତାରିଖରେ ବି ସାରା ଓଡ଼ିଶାକୁ ବର୍ଷା ପବନ ନେଇ ୱାର୍ଣ୍ଣିଂ ଜାରି ହୋଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।