Rain Intensifies Across Odisha: ଆଜି ପାଇଁ ୧୪ ଜିଲ୍ଲାକୁ ବର୍ଷା ସତର୍କତା,  ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି

Sep 15, 2026 - 16:06
Rain Intensifies Across Odisha: ଆଜି ପାଇଁ ୧୪ ଜିଲ୍ଲାକୁ ବର୍ଷା ସତର୍କତା,  ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି

ରାଜ୍ୟରେ ଲାଗି ରହିଛି ବର୍ଷା। ଆଜି ପାଇଁ ୧୪ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ମୁଖ୍ୟତଃ ପଶ୍ଚିମ, ଉତ୍ତର ଓ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡିକୁ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି।ଏହିସବୁ ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଓ ସୁନ୍ଦରଗଡ଼କୁ ୟେଲୋ ଆଲର୍ଟ ଜାରି।

କେନ୍ଦୁଝର ଓ ମୟୂରଭଂଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତା ୧୯ ତାରିଖ ଦିନ ସାରା ରାଜ୍ୟକୁ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।  ଏହି ଜିଲ୍ଲା ଗୁଡିକରେ ବିଜୁଳି ଘଡ଼ଘଡି଼ ସହ ୩୦ ରୁ ୪୦ କି.ମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗର ଆକଳନ। ...

ପଶ୍ଚିମ, ଉତ୍ତର ଓ ଉପକୂଳ ଓଡ଼ିଶାର ଜିଲ୍ଲାକୁ ଆଲର୍ଟ 
ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ
ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର
ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଓ ସୁନ୍ଦରଗଡ଼କୁ ଆଲର୍ଟ 
କେନ୍ଦୁଝର ଓ ମୟୂରଭଂଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ବର୍ଷା ନେଇ ୟେଲୋ ଆଲର୍ଟ
ଆସନ୍ତା ୧୯ ତାରିଖ ଦିନ ସାରା ରାଜ୍ୟକୁ ବର୍ଷା ନେଇ ୟେଲୋ ଆଲର୍ଟ 
ବିଜୁଳି ଘଡ଼ଘଡି଼ ସହ ୩୦ରୁ ୪୦ କିମି ବେଗରେ ପବନ ସମ୍ଭାବନା

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।