Rain to Intensify in Odisha: ବଙ୍ଗୋପସାଗରରେ ଆଜି ଲଘୁଚାପ, ଓଡ଼ିଶାରେ ବଢ଼ିବ ବର୍ଷା

Aug 12, 2026 - 13:32
Rain to Intensify in Odisha: ବଙ୍ଗୋପସାଗରରେ ଆଜି ଲଘୁଚାପ, ଓଡ଼ିଶାରେ ବଢ଼ିବ ବର୍ଷା

ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା। ଏହାର ପ୍ରଭାବରେ ରାଜ୍ୟରେ ଆହୁରି ବଢ଼ିପାରେ ବର୍ଷାର ପରିମାଣ। ଆଜି ପୂରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅନୁଗୋଳ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାରେ ୧୨ ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ଜିଲ୍ଲା ମାନଙ୍କରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବାକି ଜିଲ୍ଲା ଗୁଡିକରେ ବଜ୍ରପାତ ସହ ୩୦ରୁ ୪୦ କିଲୋମିଟର ପର୍ଯ୍ୟନ୍ତ ଝଟକା ପବନ ବହିବା ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଲାଗି ରହିବ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।