Rain to Lash Several Parts of Odisha: ୧୪ରୁ ୧୯ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୧୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ

Sep 14, 2026 - 11:25
Rain to Lash Several Parts of Odisha: ୧୪ରୁ ୧୯ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୧୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ଆଜି ଭିଜିବ ରାଜ୍ୟର ଅଧିକାଂଶ ଜିଲ୍ଲା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର। ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି।

ଏହି ଜିଲ୍ଲା ଗୁଡିକ ହେଲା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ନୟାଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, ନୂଆପଡା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରି। ଅନ୍ୟ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। 

ସେହିପରି ୧୫ ଓ ୧୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡା, ଗଜପତି ଏବଂ କୋରାପୁଟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ... 

ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ !
୧୪ରୁ ୧୯ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୮ଟି ଜିଲ୍ଲାରେ ହେବ ବର୍ଷା 
ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ 
୧୫ ଓ ୧୬ ତାରିଖରେ ଅନ୍ୟ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।