27 SEPTEMBER 2026

Welcome!

Unlock your personalized experience.
Sign Up

Rain: ଆଉ ଦୁଇଦିନ ବର୍ଷା: ୨୯ରୁ ପାଗ ସୁଧୁରିବ

Sep 27, 2026 - 03:41
Rain: ଆଉ ଦୁଇଦିନ ବର୍ଷା: ୨୯ରୁ ପାଗ ସୁଧୁରିବ

ଭୁବନେଶ୍ବର: ଅବପାତ ପ୍ରଭାବରେ କିଛିଦିନ ହେବ ସାରା ରାଜ୍ୟରେ ଲଗାଣବର୍ଷା ଜାରି ରହିଛି। ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ୮ଟି ସ୍ଥାନରେ ଅତିପ୍ରବଳ ଓ ୧୮ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩୬.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଉ ଦୁଇଦିନର ବର୍ଷା ପରେ ସେପ୍ଟେମ୍ବର ୨୯ରୁ ପାଗ ସୁଧୁରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Narendra Moid: ପ୍ରଧାନମନ୍ତ୍ରୀଙ୍କ ‘ଭଜନ କ୍ଲବିଂ’କୁ ନେଇ କଂଗ୍ରେସ ନେତାଙ୍କ କଟାକ୍ଷ

ବର୍ତ୍ତମାନ ଅବପାତ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ଏହା ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ରହିଛି। ଏହା ଘଣ୍ଟାପ୍ରତି ୨୫ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଆଡ଼କୁ ଗତି କରୁଛି। ଆଜି ସଂଧ୍ୟା ସୁଦ୍ଧା ଅବପାତ ଉତ୍ତର ଓ ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଉତ୍ତରପ୍ରଦେଶଠାରେ ରହିଛି। ସେପଟେ କେନ୍ଦ୍ରୀୟ ଥାଇଲ୍ୟାଣ୍ଡ ଓ ଏହାର ସଂଲଗ୍ନ ମିଆଁମାର ଉପରେ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନରୁ ୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହା ସେପ୍ଟେମ୍ବର ୨୭ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଓ ମିଆଁମାରର ସଂଲଗ୍ନ ଇରାୱାଡି ଅଞ୍ଚଳକୁ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହା ପରେ, ଆଗାମୀ ଦୁଇ ଦିନ ମଧ୍ୟରେ ଏହା ମିଆଁମାର-ବାଂଲାଦେଶ ଉପକୂଳ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି। 

Bank of India: ବ୍ୟାଙ୍କ ଅଫ୍ ଇଣ୍ଡିଆ ଅଫିସର ସଂଘର ୪୫ତମ ବାର୍ଷିକ ବୈଠକ

ପାଣିପାଗ ବିଭାଗ ସୂଚନା ମୁତାବକ, ସେପ୍ଟେମ୍ବର ୨୭ରେ ବାଲେଶ୍ବର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ପୁରୀ, ଖୋରଧା ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ସେପ୍ଟେମ୍ବର ୨୮ରେ କିଛି ଜିଲ୍ଲାରେ ହାଲୁକାର ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବ। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।