Re-developed Kalinga Studio ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ ଲୋକାର୍ପିତ
"ଭୁବନେଶ୍ୱର: ଅତ୍ୟାଧୁନିକ "କଳିଙ୍ଗ ଷ୍ଟୁଡ଼ିଓ"ର ଆଜି (ସୋମବାର) ଲୋକାର୍ପଣ ହୋଇଛି।
ଏହା ସହିତ ସିନେମା ଐତିହ୍ୟର ସୁରକ୍ଷା ପାଇଁ କଳିଙ୍ଗ ଷ୍ଟୁଡିଓରେ ନିର୍ମିତ ସ୍ୱତନ୍ତ୍ର ଆର୍କାଇଭ୍ ଓ ମ୍ୟୁଜିୟମର ଏବଂ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (OFDC)ର ନୂତନ ଅଫିସିଆଲ୍ ପୋର୍ଟାଲକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ।Advertisment ଲୋକାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଣିକି ଓଡ଼ିଆ ଚଳଚ୍ଚିତ୍ର ନିର୍ମାତାମାନଙ୍କୁ ବୈଷୟିକ କାର୍ଯ୍ୟ ପାଇଁ ଆଉ ଅନ୍ୟ ରାଜ୍ୟମୁହାଁ ହେବାକୁ ପଡ଼ିବ ନାହିଁ।
ଏଥିରେ ଅନେକ ବିଶ୍ୱସ୍ତରୀୟ ସୁବିଧା ଉପଲବ୍ଧ କରାଯାଇଛି।
ଆଗାମୀ ଦିନରେ ଆହୁରି ଅନେକ ଅତ୍ୟାଧୁନିକ ସୁବିଧାର ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅତ୍ୟାଧୁନିକ ସୁବିଧାରେ ସଜ୍ଜିତ ନୂତନ କଳିଙ୍ଗ ଷ୍ଟୁଡ଼ିଓ ବଦଳୁଥିବା ସମୟ ଏବଂ ଡିଜିଟାଲ୍ ଯୁଗର ଆବଶ୍ୟକତାକୁ ଆଖି ଆଗରେ ରଖି କଳିଙ୍ଗ ଷ୍ଟୁଡ଼ିଓକୁ ଏକ ସ୍ୱୟଂସମ୍ପୂର୍ଣ୍ଣ ଇକୋସିଷ୍ଟମ ଭାବେ ବିକଶିତ କରାଯାଇଛି।
ଏଠାରେ ଇନ୍ଡୋର୍ ଶୁଟିଂ ଫ୍ଲୋର୍, ସ୍ନୋ-ହାଉସ୍, କ୍ରୋମା ଫ୍ଲୋର୍, ଟେକ୍-ଜୋନ୍, ସାଉଣ୍ଡ ରେକର୍ଡିଂ, ଡବିଂ, ଏଡିଟିଂ ଏବଂ ପୋଷ୍ଟ-ପ୍ରଡକ୍ସନ୍ ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି।
ଏହାବ୍ୟତୀତ ଚଳଚ୍ଚିତ୍ର ଐତିହ୍ୟକୁ ସୁରକ୍ଷିତ ରଖିବା ପାଇଁ ଏକ ସ୍ୱତନ୍ତ୍ର ଆର୍କାଇଭ୍ ଓ ମ୍ୟୁଜିୟମ ମଧ୍ୟ ସ୍ଥାପନ କରାଯାଇଛି, ଯେଉଁଠାରେ ପୁରୁଣା ଫିଲ୍ମ, ପୋଷ୍ଟର, ଫଟୋଗ୍ରାଫ୍ ଏବଂ ଐତିହାସିକ ଦଲିଲଗୁଡ଼ିକୁ ସଂରକ୍ଷିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
Kalinga Studio: ନୂଆ ରୂପରେ ଫେରିଛି କଳିଙ୍ଗ ଷ୍ଟୁଡିଓ, ଆସନ୍ତାକାଲି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀରାଜ୍ୟର ପ୍ରତିଭାବାନ ଯୁବପିଢ଼ିଙ୍କ ପ୍ରତି ଗଭୀର ଆଶା ପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଯୁବବର୍ଗ ଅଭିନୟ, ନିର୍ଦ୍ଦେଶନା, ସିନେମାଟୋଗ୍ରାଫି, ଆନିମେସନ୍, ସାଉଣ୍ଡ ଡିଜାଇନ୍ ଏବଂ ଡିଜିଟାଲ୍ ପ୍ଲାଟଫର୍ମ ପାଇଁ କାହାଣୀ ଲେଖିବାରେ ବେଶ୍ ଆଗୁଆ ଅଛନ୍ତି।
କଳିଙ୍ଗ ଷ୍ଟୁଡ଼ିଓ ସେମାନଙ୍କ ସ୍ୱପ୍ନକୁ ସାକାର କରିବାର ଏକ ପ୍ରମୁଖ ମାଧ୍ୟମ ପାଲଟିବ।
ନିଜର ମୌଳିକ କାହାଣୀ, ଲୋକକଥା, ଇତିହାସ ଏବଂ ସାଂସ୍କୃତିକ ପୃଷ୍ଠଭୂମିକୁ ଆଧାର କରି ସିନେମା ନିର୍ମାଣ କରିବାକୁ ସେ ଆହ୍ୱାନ ଦେଇଛନ୍ତି।
Kalinga Studio: ଘରୋଇ ସଂସ୍ଥାକୁ ଟେକି ଦେବେ କଳିଙ୍ଗ ଷ୍ଟୁଡିଓ!
ରକ୍ଷଣାବେକ୍ଷଣା ପାଇଁ ଠିକା ସଂସ୍ଥାକୁ ୮ କୋଟି ଦେବ ଓଏଫ୍ଡିସିଉକ୍ତ କାର୍ଯ୍ୟକ୍ରମରେ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଏକାମ୍ର ବିଧାୟକ ବାବୁ ସିଂ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, କୋରେଇ ବିଧାୟକ ଆକାଶ ଦାସ ନାୟକ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଏବଂ କଳିଙ୍ଗ ଷ୍ଟୁଡ଼ିଓର ପରିଚାଳନା ନିର୍ଦ୍ଦେଶକ ସୁରେନ୍ଦ୍ର କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।