Red Warning for Heavy Rain in 5 Districts:୫ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ, ୭ ତାରିଖ ଯାଏ ବର୍ଷା ନେଇ ସତର୍କ ସୂଚନା

ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା। ଆଜି ବି ବର୍ଷାରେ ଭିଜିବ ସାରା ଓଡ଼ିଶା । ୫ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହି ଜିଲ୍ଲା ଗୁଡ଼ିକ ହେଲା ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ କିଛି କିଛି ସ୍ଥାନରେ ଭୀଷଣ ବର୍ଷା ହେବ ।
ସେହିଭଳି ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ, ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୭ ତାରିଖ ଯାଏ ଏଭଳି ବର୍ଷା ଆଲର୍ଟ ଜାରି ହୋଇଛି । .. ଓଡ଼ିଶା, ପଶ୍ଚିମବଙ୍ଗ ଉପକୂଳ ଉପରେ ଥିବା ଲଘୁଚାପ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାଖାପାଖି ଅଞ୍ଚଳ ଉପରେ ରହିଛି। ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି।
ଲାଗି ରହିଛି ଲଘୁଚାପ ଜନିତ ବର୍ଷା
ଆଜି ବି ବର୍ଷାରେ ଭିଜିବ ସାରା ଓଡ଼ିଶା
ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ
୮ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆସନ୍ତା ୭ ତାରିଖ ଯାଏ ବର୍ଷା ନେଇ ଚେତାବନୀ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।