Schools To Remain Closed: ବାତ୍ୟା ଆଲର୍ଟ! ଆସନ୍ତାକାଲି କଟକରେ ସବୁ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି ଛୁଟି
ସମ୍ଭାବ୍ୟ ବାତ୍ୟାକୁ ନେଇ ବଢ଼ିଲା ସତର୍କତା।
ଲୋକଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ କଟକ ଜିଲ୍ଲାରେ ବଡ଼ ପଦକ୍ଷେପ ନେଇଛି ପ୍ରଶାସନ।
ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଆସନ୍ତାକାଲି ପାଇଁ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି, ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।
Advertisment ବାତ୍ୟା ମୁକାବିଲା ପାଇଁ କଟକ ଜିଲ୍ଲାରେ ୩୦୦ଟି ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖାଯାଇଛି।
ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ବିଶେଷକରି ଗର୍ଭବତୀ ମହିଳାଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଇ ସେମାନଙ୍କୁ ଆଗୁଆ ସ୍ଥାନାନ୍ତର କରିବାକୁ କୁହାଯାଇଛି।
ମୁତୟନ ହେଲେ ୩ଟି ଓଡ୍ରାଫ୍ ଟିମ୍ ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା ପାଇଁ କଟକ ଜିଲ୍ଲାରେ ୩ଟି ଓଡ୍ରାଫ୍ ଟିମ୍ ମୁତୟନ କରାଯାଇଛି।
ଜରୁରୀ ପରିସ୍ଥିତିରେ ତୁରନ୍ତ ସହାୟତା ପହଞ୍ଚାଇବା ପାଇଁ ଦୁଇଟି କଣ୍ଟ୍ରୋଲ ରୁମ୍ ମଧ୍ୟ ଖୋଲାଯାଇଛି।
ପରିସ୍ଥିତି ଉପରେ ନଜର ରଖିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ପ୍ରଶାସନ ପ୍ରସ୍ତୁତ ରହିଛି।
Advertisment ବାତ୍ୟା ସମୟରେ ଲୋକଙ୍କୁ ଯେପରି ଖାଦ୍ୟ ଓ ପାନୀୟ ଜଳର ଅଭାବ ନହୁଏ, ସେଥିପାଇଁ ଆଶ୍ରୟସ୍ଥଳୀଗୁଡ଼ିକରେ ଆବଶ୍ୟକ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ରହିଛି।
ଜରୁରୀ ସ୍ଥିତିରେ ଲୋକଙ୍କୁ ସୁରକ୍ଷିତ ଭାବେ ଆଶ୍ରୟସ୍ଥଳୀକୁ ନେବା ଏବଂ ଆବଶ୍ୟକ ସହାୟତା ଯୋଗାଇବା ଉପରେ ପ୍ରଶାସନ ଗୁରୁତ୍ୱ ଦେଉଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।