SEBC commission established ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ ପାଇଁ ଗଠନ ହେଲା କମିସନ
"ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ଜଜ୍ ପ୍ରମଥ ପଟ୍ଟନାୟକଙ୍କ ହେଲେ ଅଧ୍ୟକ୍ଷ ଭୁବନେଶ୍ୱର: ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତି କମିସନ ଏବଂ ମହିଳା କମିସନ ଭଳି ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ (ଏସ୍ଇବିସି)ଙ୍କ ପାଇଁ କମିସନ ଗଠିତ ହୋଇଛି।
ଏଥିରେ ପ୍ରଥମ ଅଧ୍ୟକ୍ଷ ଭାବେ ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ଜଜ୍ ପ୍ରମଥ ପଟ୍ଟନାୟକଙ୍କୁ ନିଯୁକ୍ତି ଦିଆଯାଇଛି।
ପ୍ରଥମଚରଣରେ କମିସନ, ସ୍ୱାୟତ୍ତ ଶାସନ ସଂସ୍ଥା (ପଞ୍ଚାୟତ ଓ ପୌରାଞ୍ଚଳ)ରେ ସେମାନଙ୍କ ସଂଖ୍ୟାର ଅନୁପାତ, ରାଜନୈତିକ ପ୍ରତିନିଧିତ୍ୱ ଓ ରାଜନୈତିକ ଭାବେ ସେମାନେ କେତେ ପଛୁଆ, ସେ ସମ୍ପର୍କରେ ଅନୁଧ୍ୟାନ କରିବେ।
Advertisment Budget: ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଊର୍ଦ୍ଧ୍ବ ବଜେଟ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ପରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏ ସମ୍ପର୍କରେ ଆଜି (ବୁଧବାର) ବିଜ୍ଞପ୍ତି ପ୍ରକାଶ ପାଇଛି।
ଓଡିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ପ୍ରମଥ ପଟ୍ଟନାୟକଙ୍କୁ ଏହି କମିଶନର ଅଧ୍ୟକ୍ଷ ଅଛନ୍ତି।
ଏଥିସହିତ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ବିଜୟ କୁମାର ପୃଷ୍ଟି ଏହି କମିଶନର ସଦସ୍ୟ ଓ ବିଭାଗର ସ୍ୱତନ୍ତ୍ର ସଚିବ ସୁଜାତା ମିଶ୍ର କମିଶନର ସଦସ୍ୟ ସଚିବ ଭାବେ କାର୍ଯ୍ୟ କରିବେ ।
ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ମହିଳାଙ୍କୁ ପଢ଼ାଇବା ଆଳରେ ଦୁଷ୍କର୍ମ କରୁଥିଲେ ସ୍ୱାମୀ ପାର୍ଥସାରଥି ଏହି କମିଶନ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ପୌରାଞ୍ଚଳରେ ଥିବା ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥା ଗୁଡ଼ିକରେ, ସେ ଅଞ୍ଚଳର ସମୁଦାୟ ଲୋକସଂଖ୍ୟା ତୁଳନାରେ ଏସ୍ଇବିସିମାନଙ୍କର ସଂଖ୍ୟାର ଅନୁପାତ ସମ୍ପର୍କରେ ଅନୁଧ୍ୟାନ କରିବ ।
ଏହା ସହିତ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥା ଗୁଡ଼ିକରେ ସେମାନଙ୍କ ରାଜନୈତିକ ପ୍ରତିନିଧିତ୍ୱ ଏବଂ ସେହି ତୁଳନାରେ ସେମାନେ ରାଜନୈତିକ ଦୃଷ୍ଟିକୋଣରୁ କେତେ ପଛୁଆ ଅଛନ୍ତି, ତା"ର ସ୍ୱରୂପ ଓ ତାହାର ପ୍ରଭାବ ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରାଯିବ ।
ଏହାଦ୍ୱାରା ରାଜ୍ୟରେ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗର ଜନସାଧାରଣଙ୍କର ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥା ଗୁଡ଼ିକରେ ଉପଯୁକ୍ତ ପ୍ରତିନିଧିତ୍ୱ ଓ ସେମାନଙ୍କ ଅଧିକାର ସମ୍ପର୍କରେ ଉପଯୁକ୍ତ ବ୍ୟବସ୍ଥା କରାଯାଇପାରିବ ।
ପଛୁଆ ବର୍ଗଙ୍କୁ ପୂର୍ଣ୍ଣ ସାମ୍ବିଧାନିକ ଅଧିକାର ଦେବୁ: ମନମୋହନ ସୂଚନାଯୋଗ୍ୟ ଯେ, ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହି ବର୍ଗର ଛାତ୍ରଛାତ୍ରୀ ମାନଙ୍କ ପାଇଁ ଇଞ୍ଜିନିଅରିଂ ଓ ମେଡିକାଲ ପରି ବୃତ୍ତିଗତ ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡ଼ିକରେ ୧୧.୨୫ ପ୍ରତିଶତ ସଂରକ୍ଷଣ"ର ବ୍ୟବସ୍ଥା କରିଛନ୍ତି ।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।