Shakti Sammilani ଶକ୍ତି ସମ୍ମିଳନୀରେ ଏକାଠି ହେଲେ ୨୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
"ଭୁବନେଶ୍ୱର: ମହିଳାଙ୍କ ସୁରକ୍ଷା, ସଂରକ୍ଷଣ ଓ ସଶକ୍ତୀକରଣ ପାଇଁ ସାମୂହିକ ଉଦ୍ୟମକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ୨୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବରିଷ୍ଠ ଅଧିକାରୀମାନେ ଆଜି (ମଙ୍ଗଳବାର) ଶକ୍ତି ସମ୍ମିଳନୀରେ ଏକାଠି ହୋଇଛନ୍ତି।
Advertisment Women Empowerment ମହିଳା ସଶକ୍ତୀକରଣ ଏକ ଜାତୀୟ ଆବଶ୍ୟକତା: ରାଜ୍ୟପାଳ ସମ୍ମିଳନୀର ମୁଖ୍ୟ ଅତିଥି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗ ଦେଇ ନିଜ ବକ୍ତବ୍ୟରେ କହିଛନ୍ତି, ମହିଳା ସୁରକ୍ଷା ଓ ମହିଳା ସଶକ୍ତୀକରଣକୁ ଭିନ୍ନ ଭିନ୍ନ ଭାବେ ଦେଖାଯାଇପାରିବ ନାହିଁ।
ମଜବୁତ ଅନୁଷ୍ଠାନ, ପ୍ରଭାବଶାଳୀ କାର୍ଯ୍ୟକାରିତା ଏବଂ ସାମୂହିକ ଉତ୍ତରଦାୟିତ୍ୱ ମାଧ୍ୟମରେ ଏଗୁଡ଼ିକ ସହସମ୍ବନ୍ଧିତ ହୋଇ ଆଗେଇବା ଆବଶ୍ୟକ।
କେନ୍ଦ୍ର ଓ ରାଜ୍ୟଗୁଡ଼ିକ ପରସ୍ପରଠାରୁ ଶିଖିବା, ସମନ୍ୱୟ ବୃଦ୍ଧି କରିବା ଏବଂ ପ୍ରତ୍ୟେକ ମହିଳା ଯେପରି ସୁରକ୍ଷା, ସମ୍ମାନ ଓ ସୁଯୋଗ ସହ ଜୀବନ ଯାପନ କରିପାରିବେ, ତାହା ସୁନିଶ୍ଚିତ କରିବା ପାଇଁ ଶକ୍ତି ସମ୍ମିଳନୀ ଅନୁଷ୍ଠିତ ହୋଇଛି।
Women Empowerment: ମହିଳା ସଶକ୍ତ ଓ ଆତ୍ମନିର୍ଭର ହେଲେ ଦେଶ ୧ନମ୍ବରେ ପରିଣତ ହେବ ଜାତୀୟ ମହିଳା ଆୟୋଗର ଅଧ୍ୟକ୍ଷା ବିଜୟା ରାହଟକର ସମ୍ମିଳନୀର ଲକ୍ଷ୍ୟ ସମ୍ପର୍କରେ କହିଛନ୍ତି, ସମଗ୍ର ଦେଶରେ ମହିଳାମାନଙ୍କ ସୁରକ୍ଷା ଓ ସଶକ୍ତୀକରଣକୁ ଆଗକୁ ନେବା ପାଇଁ ଅଧିକ ସୁଦୃଢ଼ ଏବଂ ନିରନ୍ତର ସାମୂହିକ ପଦକ୍ଷେପର ଆବଶ୍ୟକତା ରହିଛି।
ଜାତୀୟ ମହିଳା ଆୟୋଗର ସଦସ୍ୟ ସଚିବ ସୁଦୀପ ଜୈନ, ମହିଳା ଓ ଶିଶୁ ବିକାଶ ବିଭାଗର କମିସନର ତଥା ଶାସନ ସଚିବ ଡ.
ମୃଣାଳିନୀ ଦାର୍ସୱାଲ ଏବଂ ମିଶନ ଶକ୍ତିର ସଚିବ ମାନସୀ ନିମ୍ଭାଲ ପ୍ରମୁଖ ଉପସ୍ଥିତ ଥିଲେ।
ଏହି ସମ୍ମିଳନୀରେ ଆନ୍ଧ୍ରପ୍ରଦେଶ, ଆସାମ, ବିହାର, ଛତିଶଗଡ଼, ଗୁଜରାଟ, ହରିୟାଣା, କର୍ଣ୍ଣାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଓଡ଼ିଶା, ପଞ୍ଜାବ, ସିକିମ, ତାମିଲନାଡୁ, ତ୍ରିପୁରା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ, ଦିଲ୍ଲୀ, ଜାମ୍ମୁ ଓ କାଶ୍ମୀର, ଚଣ୍ଡୀଗଡ଼ ଏବଂ ତେଲେଙ୍ଗାନା ସମେତ ୨୨ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ସଚିବ, କମିସନର, ନିର୍ଦ୍ଦେଶକ ଓ ଯୁଗ୍ମ ନିର୍ଦ୍ଦେଶକ ପ୍ରମୁଖ ୨୯ ଜଣ ବରିଷ୍ଠ ଅଧିକାରୀ ଅଂଶଗ୍ରହଣ କରିଛନ୍ତି।
Women Empowerment: ଗାଡି ଚଳାଇ ନିଆରା ପରିଚୟ ସୃଷ୍ଟି କରିଛନ୍ତି ସଞ୍ଜିତା, ରାଣୀ ସୂଚନାଯୋଗ୍ୟ, ଜାତୀୟ ମହିଳା ଆୟୋଗ ଏବଂ ଓଡ଼ିଶା ସରକାରଙ୍କ ଯୁଗ୍ମ ଆନୁକୂଲ୍ୟରେ ଆୟୋଜିତ ଏହି ସମ୍ମିଳନୀରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ନିଜର ସଫଳ ପଦକ୍ଷେପ, କାର୍ଯ୍ୟକାରିତାରେ ଥିବା ଅଭାବ ଏବଂ ଅଧିକ ଆନୁଷ୍ଠାନିକ ସମନ୍ୱୟ ମାଧ୍ୟମରେ କାର୍ଯ୍ୟକାରୀ କୌଶଳ ବିକଶିତ କରିବା ପାଇଁ ଏହା ଏକ ଜାତୀୟ ମଞ୍ଚ।
ଶକ୍ତି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମହିଳା ସୁରକ୍ଷା ଓ ସଶକ୍ତୀକରଣ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ସମସ୍ୟାଗୁଡ଼ିକ ଉପରେ ଆନୁଷ୍ଠାନିକ ସହଯୋଗ ଓ ଆଲୋଚନାକୁ ପ୍ରୋତ୍ସାହିତ କରିବ।
ଏହା ସହ ନୂତନ ଆହ୍ୱାନଗୁଡ଼ିକର ପାଇଁ ସମନ୍ୱିତ ରଣନୀତି ପ୍ରସ୍ତୁତ କରିବ।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।