Statewide ‘Daman’ Drive ଅପରାଧୀଙ୍କ ଉପରେ ରହିବ ନଜର, ୨୧ରୁ ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ
"କଟକ: ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବା ସହ ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ପଦକ୍ଷେପ ନେବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନ "ଦମନ" ଆରମ୍ଭ କରାଯାଉଛି।Advertisment ଏହି ଅଭିଯାନ ୨୧ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଚାଲିବ।
ଅଭିଯାନ ସମୟରେ ଅପରାଧୀ ଓ ଅସାମାଜିକଙ୍କ ଗତିବିଧି ଉପରେ କଡ଼ା ନଜର ରଖାଯିବ।
ଜାମିନ ବିହୀନ ଗିରଫ ପରୱାନା କାର୍ଯ୍ୟକାରୀ କରିବା ସହ ପ୍ରତିଷେଧମୂଳକ ଆଇନଗତ ପଦକ୍ଷେପ ନିଆଯିବ।
ବେଆଇନ କାର୍ଯ୍ୟକଳାପ ବିରୋଧରେ ଚଢ଼ାଉ ଓ ଗିରଫଦାରୀକୁ ମଧ୍ୟ ଗୁରୁତ୍ୱ ଦିଆଯିବ।
Encounter: ପୁଲିସ ଉପରକୁ ୩ ରାଉଣ୍ଡ ଗୁଳି, ଜବାବରେ ଅପରାଧୀ ଉପରେ ୨ ରାଉଣ୍ଡ ଫାୟାରିଂ ବେଆଇନ ମଦ କାରବାର, ନିଶାଦ୍ରବ୍ୟ ଚାଲାଣ, ବେଆଇନ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ କାରବାର ଉପରେ ସ୍ୱତନ୍ତ୍ର ନଜର ରଖାଯିବ।
ବଳପୂର୍ବକ ଚାନ୍ଦା ଆଦାୟ ଏବଂ ସଂଗଠିତ ଅପରାଧ ବିରୋଧରେ ମଧ୍ୟ କଡ଼ା ଆଇନଗତ ପଦକ୍ଷେପ ନିଆଯିବ।
Encounter: ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶକୁ ଏନକାଉଣ୍ଟର କଲା ପୁଲିସ ଅପରାଧୀଙ୍କ ଗତିବିଧି ରୋକିବା ପାଇଁ ସୀମାନ୍ତ ଅଞ୍ଚଳରେ ବ୍ଲକିଂ ଓ ବର୍ଡର ସିଲିଂ କରାଯିବ।
ଜିଲ୍ଲା ପୋଲିସ, ରେଳବାଇ ପୋଲିସ, କମିଶନରେଟ୍ ପୋଲିସ ଓ ସମ୍ପୃକ୍ତ ପୋଲିସ ୟୁନିଟ୍ଗୁଡ଼ିକ ପରସ୍ପର ସମନ୍ୱୟରେ ଏହି ଅଭିଯାନକୁ କାର୍ଯ୍ୟକାରୀ କରିବେ।
ପର୍ବପର୍ବାଣୀ ସମୟରେ ରାଜ୍ୟବାସୀଙ୍କ ସୁରକ୍ଷା ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ସହ ଅପରାଧ ନିୟନ୍ତ୍ରଣ ପାଇଁ ଓଡ଼ିଶା ପୋଲିସର ନିରନ୍ତର ପ୍ରୟାସ ଜାରି ରହିବ।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।