Vigilance Raid: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ଅରବିନ୍ଦ ମହାନ୍ତିଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ
"ବୈଶିଙ୍ଗା: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ବେତନଟୀ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ବେତନଟୀ ଆର୍ ଆଣ୍ଡ ବି ସବ୍ଡିଭିଜନ୍ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତିଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରୁଛି ଭିଜିଲାନ୍ସ ।
ଏକକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରିଛି ଓଡ଼ିଶା ଭିଜିଲାନ୍ସ ।
ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ୪ଟି ଜିଲ୍ଲାର ଭିଜିଲାନ୍ସ ଟିମ୍ ମିଳିତ ଭାବେ ଏହି ରେଡ୍ ଜାରି କରିଛନ୍ତି ।
ବାରିପଦା ଭିଜିଲାନ୍ସର ସ୍ୱତନ୍ତ୍ର ଅଦାଲତଙ୍କ ତଲାସି ୱାରେଣ୍ଟ ବଳରେ ଜଣେ ଏଏସପି ୪ ଜଣ ଡିଏସ୍ପି, ୮ ଜଣ ଇନ୍ସପେକ୍ଟର ଓ ଅନ୍ୟ ସହଯୋଗୀ କର୍ମଚାରୀଙ୍କୁ ନେଇ ଏହି ଚଢ଼ାଉ ଚାଲିଛି ।
ମୟୂରଭଞ୍ଜ, ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାର ମୋଟ ୧୦ଟି ସ୍ଥାନରେ ଏକସଙ୍ଗେ ତଲାସି ଚାଲିଛି ।Advertisment କୌଣସି ସବିଶେଷ ତଥ୍ୟ ପ୍ରକାଶ କରାଯାଇନାହିଁ ବାଲେଶ୍ୱର ଅଙ୍ଗାରଗଡ଼ିଆସ୍ଥିତ ତିନି ମହଲା ଘର, ଖୋର୍ଦ୍ଧା ବାଲିଅନ୍ତାସ୍ଥିତ ଦୁଇ ମହଲା କୋଠା, ବେତନଟୀସ୍ଥିତ କାର୍ଯ୍ୟାଳୟ ଓ ବାସଭବନରେ ଚଢ଼ାଉ ହୋଇଛି ।
ସେହିପରି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳର ରାୟନ-ରାମଚନ୍ଦ୍ରପୁରସ୍ଥିତ ପୈତୃକ ଘର, ବସନ୍ତପୁରସ୍ଥିତ ଫାର୍ମ ହାଉସ୍, ବାମପଦାସ୍ଥିତ ଅନ୍ୟ ଏକ ଘର ସମେତ ତାଙ୍କର ନିକଟ ସହଯୋଗୀଙ୍କ ଅଙ୍ଗାରଗଡ଼ିଆ, ବୈଶିଙ୍ଗା ଓ ବାମପଦାସ୍ଥିତ ଘରେ ମଧ୍ୟ ତଲାସି ଜାରି ରହିଛି ।
ତେବେ ଚଢ଼ାଉ ସମୟରେ କେତେ ପରିମାଣର ସମ୍ପତ୍ତି, ନଗଦ ଟଙ୍କା କିମ୍ବା ଅନ୍ୟାନ୍ୟ ଦସ୍ତାବିଜ ଠାବ ହୋଇଛି, ସେନେଇ ଭିଜିଲାନ୍ସ ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ସବିଶେଷ ତଥ୍ୟ ପ୍ରକାଶ କରାଯାଇନାହିଁ ।
ତଲାସି ଜାରି ରହିଥିବା ବେଳେ ଭିଜିଲାନ୍ସର ପରବର୍ତ୍ତୀ ରିପୋର୍ଟକୁ ଅପେକ୍ଷା କରାଯାଇଛି ।
Home Minister: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।