Weather Alert: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, କାଲି ପୁଣି ଲଘୁଚାପ!

Aug 28, 2026 - 09:58
Weather Alert: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, କାଲି ପୁଣି ଲଘୁଚାପ!

ପୁଣି ଆସୁଛି ଲଘୁଚାପ। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଏକ ଘୂର୍ଣ୍ଣିବଳୟ। ଆସନ୍ତକାଲି ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ। ଆଜି ଅଧାରୁ ଅଧିକ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। 

ସେଥି ମଧ୍ୟରୁ ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ଦେବଗଡ, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବରରେ ବଜ୍ରପାତ ସହ ୭ ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୨୯ ଓ ୩୦ ତାରିଖରେ ପୁରା ରାଜ୍ୟରେ ପ୍ରବଳ ବର୍ଷିବ। ୩୧ ତାରିଖରେ ପଶ୍ଚିମ ଓଡି଼ଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ
ଆଜି ଉତ୍ତର, ପଶ୍ଚିମ ଓ ଉପକୂଳରେ ପ୍ରବଳ ବର୍ଷିବ
୨ ଜିଲ୍ଲାକୁ ଅରେଞ୍ଜ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା
୨୯ ଓ ୩୦ ତାରିଖରେ ପୁରା ରାଜ୍ୟକୁ ସତର୍କ ସୂଚନା
୩୧ ତାରିଖରେ ପଶ୍ଚିମ ଓଡି଼ଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।