Weather Alert: ଘୂର୍ଣ୍ଣିବଳୟ ସକ୍ରିୟ, ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

Sep 09, 2026 - 14:25
Weather Alert: ଘୂର୍ଣ୍ଣିବଳୟ ସକ୍ରିୟ, ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଆସନ୍ତାକାଲି ଲଘୁଚାପ ସମ୍ଭାବନା। ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବରରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। 

ଉତ୍ତର ଏବଂ ଉପକୂଳ ଓଡି଼ଶାର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ଗଞ୍ଜାମ, ନୟାଗଦ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ସୁନ୍ଦରଗଡ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ଆସନ୍ତାକାଲି ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ୨ ଜିଲ୍ଲାକୁ ଅରେଞ୍ଜ ଏବଂ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି।... 

ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ
ପ୍ରଭାବରେ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା
ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ସମ୍ଭାବନା
ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଉତ୍ତର ଏବଂ ଉପକୂଳ ଓଡି଼ଶାରେ ବର୍ଷା ଆଶଙ୍କା
କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବରରେ ପ୍ରବଳ ବର୍ଷିବ
ଆସନ୍ତା ୩ ଦିନ ଯାଏଁ ଲାଗି ରହିବ ବର୍ଷା

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।