Weekly Horoscope From 17th August 2026 To 23rd August 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...
ମେଷ-
ସାମଗ୍ରିକ ଦୃଷ୍ଟିକୋଣରୁ ଆପଣଙ୍କ ସକାଶେ ବହୁତ ଭଲ। ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନବଳାଇ କର୍ମମୁଖର ହେବେ। ପ୍ରତ୍ୟେକ କ୍ଷେତ୍ରରେ ଆଡ୍ଜଷ୍ଟ କରି ଚଳିପାରିବା ହେତୁ କିଛି ଅସୁବିଧା ହେବନାହିଁ। ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନାହିଁ। ପ୍ରତିଦ୍ୱନ୍ଦ୍ୱିତା ବଢ଼ିଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଉପୁଜିବ। ପଡ଼ୋଶିନୀ କିମ୍ବା ସମ୍ପର୍କୀୟା ଭଉଣୀଙ୍କ ସହ ମତାନ୍ତର ସୃଷ୍ଟି କରିବ। ପାରିବାରିକ ସମସ୍ୟା ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ। କର୍ମକ୍ଷେତ୍ରର ବିଭିନ୍ନ ଘଟଣାବଳୀ ମନକୁ ଆଲୋଡିତ କରିବ। ପୁଣି କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଯେଉଁ କାମ ଆଜି ଆରମ୍ଭ କରିବେ ସଫଳତା ଫାଇବା କଷ୍ଟ ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ। ପିଲାଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାମତ୍କ ସ୍ଥିତି ସୃଷ୍ଟି ହୋଇପାରେ । ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ। କିନ୍ତୁ ସମ୍ମୁଖରେ କିଛି କହି ପାରିବେ ନାହିଁ। ବାଣିଜ୍ୟରେ ଉନ୍ନତି କରିବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପରିବାର ଭିତରର କିଛି କଥା ଅନ୍ୟମାନଙ୍କ ଆଗରେ କହିପାରିବେ ନାହିଁ । ଅତି ବିଶ୍ୱସ୍ତ ଲୋକଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ।ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ଜଣେ ବନ୍ଧୁଙ୍କ ଟାଣକଥାକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ମନର ଭାବକୁ ମନରେ ରଖି ଅନ୍ୟର ନିକଟତର ହେବାକୁ ଚେଷ୍ଟା କରିବେ। କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି। ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ। ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଶୁଭ । ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇ ପାରନ୍ତି । ଭୁଲ୍ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବ୍ୟବସାୟ, ନିର୍ମାଣ, ଗୃହ, ଜମି, ପରିବହନ ପ୍ରଭୃତିରୁ ଖୁସି ରହିବେ। ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଇଚ୍ଛାନୁଯାୟୀ କାମଗୁଡ଼ିକ ହେବାରୁ ମାନସିକ ସ୍ଥିରତା ରହିବ। ଅନ୍ୟକୁ ଭରସାକରି ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହୋଇଯିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ । ଧାତୁ, ଅଳଙ୍କାର ଔଷଧ ପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ମିଠା ଖାଇ ଘରୁ ବାହରନ୍ତୁ
ତୁଳା-
ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍ ଭାବେ ବୁଝି ପାରିବେନି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ଆର୍ଥିକ ସମସ୍ୟାର ସରଳ ସମାଧାନ କରିବାରେ ଅସମର୍ଥ ହେବେ। କର୍ମକ୍ଷେତ୍ରରେ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍ ହେବ ନାହିଁ। ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । କଳା, ସାହିତ୍ୟ, ସଂସ୍କୃତି, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ। ବହୁତ ଦିନରୁ ଲାଗିରହିଥିବା କଚେରି ମାମଲା ଚିନ୍ତାର କାରଣ ହୋଇପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ଖାଦ୍ୟପେୟର ଅଜୀର୍ଣ୍ଣ ଓ ଅମାଶୟ ଦେଖାଦେଇପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ। ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିନପାରେ। ବିଭିନ୍ନ ନକାରାମତ୍କ ଚିନ୍ତାଧାରା ମନକୁ ବ୍ୟସ୍ତ କରାଇବ। ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କାଠିକର ପାଠ ହେବ। ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହିତ ବନ୍ଧୁସମ୍ପର୍କ ବୃଦ୍ଧି ପାଇବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ଧନୁ-
ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବେ । ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ, କିନ୍ତୁ ମାନସିକ ଅସ୍ଥିରତା ଲାଗି ରହିବ। ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଗୃହସୀମାଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପିଲାମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ଧୈର୍ୟ୍ୟର ସହ ପରିସ୍ଥିତିର ସାମ୍ନା କଲେ ଉପକୃତ ହେବେ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଯେଉଁ କାମରେ ବାହାରିଛନ୍ତି ସେଥିରେ କୃତକାର୍ଯ୍ୟ ହେବେ। ମାଲିମକଦ୍ଦମା, ବ୍ୟବସାୟ, ପରିବହନ ପାଇଁ ଅସୁବିଧା ହେବ ନାହିଁ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଆର୍ଥିକ ସ୍ଥିତିରେ ଅଭାବ ବୋଧଜନିତ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ପୂର୍ବ ଶତ୍ରୁତାକୁ ନେଇ ବନ୍ଧୁଙ୍କ ସଦ୍ଭାବ, ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ସମ୍ପର୍କୀୟଙ୍କ ସାହାଯ୍ୟରୁ ଅଟକିଥିବା କାମଟି ହଠାତ୍ ହୋଇଯିବ। ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଆଲୋଚନା କାଳରେ ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୀଳ ହେବେ। ବ୍ୟବସାୟ ଓ ପରିବହନରେ ଲାଭବାନ ହେବା ସହିତ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ। ଅପୂରଣୀୟ ଆଶା ମନରେ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତି ରହିବେ। ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ। ପଦସ୍ଥ ବ୍ୟକ୍ତିବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସମୟଟି ବହୁତ ଭଲ, ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ। ସ୍ବାସ୍ଥ୍ୟରେ ଉନ୍ନତି, ପ୍ଲଟିଂ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ଲାଭର ସୂଚନା ରହିଛି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।