Weekly Horoscope From 21th September 2026 To 27th September 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

Sep 21, 2026 - 08:38
Weekly Horoscope From 21th September 2026 To 27th September 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମେଷ-
କର୍ମ କ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ସାମାଜିକ ସ୍ଥିତି, ମାନସମ୍ମାନ ପ୍ରସିଦ୍ଧି ବୃଦ୍ଧି ପାଇବ । ଭାଇ , ବନ୍ଧୁ, ମିତ୍ର ଓ ସହକର୍ମୀ ଙ୍କ ସହ ମତଭେଦ ସମାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ନୂତନ ବନ୍ଧୁ ମିଳନ ହେତୁ ମନ ଖୁସି ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର କରିବାର ସୁଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ବିଜୟୀ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ପତିପତ୍ନୀଙ୍କର ବୁଝାମଣା ଠିକ୍ ରହିବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ପ୍ରତ୍ୟେକଦିନ ବାପା ମାଆ ଙ୍କୁ ପ୍ରଣାମ କରନ୍ତୁ 

ବୃଷ-
କାର୍ଯ୍ୟ କ୍ଷେତ୍ରରେ କଠିନ ପରିଶ୍ରମ ଦ୍ୱାରା ଆଗକୁ ବଢିପାରିବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଘଟିବା ସହ ଶତ୍ରୁବାଧା ଦୂରେଇ ଯିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ । ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଙ୍କ ସହ ସମ୍ବନ୍ଧ ଦୃଢିଭୁତ ହେବ । ପାରିବାରିକ  ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେଇପାରେ । ଅଫିସ୍ ରେ କଠିନ ପରିଶ୍ରମ ଯୋଗୁ ଶାରିରୀକ କଷ୍ଟ ଭୋଗି ପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ପ୍ରତ୍ୟେକ ଦିନ ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ 

ମିଥୁନ-
କୌଣସି ମହତ୍ୱ ପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଧାର୍ମିକ କାର୍ଯ୍ୟରେ କିଛି ଅର୍ଥ ବ୍ୟୟ କରିବେ । ବ୍ୟବସାୟୀ ମାନେ ପ୍ରଚାର ପ୍ରସାର କରି ଅତ୍ୟଧିକ ଲାଭ ପାଇ ପାରିବେ ।  ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇବା ସହ ସ୍ୱାସ୍ଥ୍ୟ ହାନିର ମଧ୍ୟ ଆଶଙ୍କା ଅଛି । ପରିବାରରେ ଯେତେ ଅସୁବିଧା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ବାଦ ବିବାଦର ଅବସାନ ଘଟି ବନ୍ଧୁଦ୍ୱ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ଜାଗା , ଜମି, ବାସଗୃହ ଓ ଯାନବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର-“ ଓଁ କ୍ଲୀଂ କୃଷ୍ଣାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

କର୍କଟ-
ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଆର୍ଥିକ ସ୍ଥିତି ସୁଧୁରି ଯିବା ଫଳରେ ଖୁସି ହେବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟରେ ବନ୍ଧୁଙ୍କ ସାହାଯ୍ୟ ସହେଯାଗ ମିଳିବ । ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧିବିବେକ ଖଟାଇ ସମାଧାନ କରିପାରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା କମ ରହିବ । ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ମଧ୍ୟରେ ସମନ୍ୱୟ ରହି ବନ୍ଧୁତ୍ୱ ବୃଦ୍ଧି ପାଇବ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର - ପ୍ରତ୍ୟେକ ଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ସିଂହ-
ବ୍ୟବସାୟୀ ମାନେ ଧନଲାଭ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ୱସ୍ତି ଲାଭ କରିବା ସହ ନୂଆ ଯୋଜନାରେ ସଫଳ ହେବେ । ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତିରେ ବୃଦ୍ଧି ହେବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟା ସହଜ ସରଳ ରେ ସମାଧାନ ହୋଇଯିବ । ମାନସିକ ଶାନ୍ତି ଅନୁଭବ କରିବେ ଓ ଦୂରଯାତ୍ରାରେ ସଫଳ ହେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ନିଜର ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ପ୍ରତ୍ୟେକଦିନ ବେଲକାଠିରେ ଚନ୍ଦନ ଘୋରି କପାଳରେ ଲଗାନ୍ତୁ

କନ୍ୟା-
ପରିବାରରେ ସାଧାରଣ ଚଳଣି ଅତୁଟ ରହି ସୁସ୍ଥ ବାତାବରଣ ଜାରି ରହିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ । ଛାତ୍ରଛାତ୍ରୀ ମାନେ ପାଠ ପଢାରେ ଯୋତେ ଅଧିକା ପରିଶ୍ରମ କରିବେ ସେତେ ଅଧିକା ଲାଭ ପାଇବେ । ରାଜନୀତିରେ ସାମୁହିକ ପ୍ରୟାସ ଓ ସହେଯାଗ ଦ୍ୱାରା ଆଗକୁ ବଢିପାରିବେ । ବୃତ୍ତିଗତ ଦୃଷ୍ଟିରୁ ସ୍ୱାଭିମାନ ସୁରକ୍ଷିତ ରହିବା ଫଳରେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶୀ ଉପକୃତ ହେବେ । ମାଲିମକଦ୍ଦମାରେ କୂଟନୀତିର ଶିକାର ହେବେ । ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର-“ଓଁ ନମୋ ପ୍ରୀଂ ପୀତାମ୍ବରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

ତୁଳା-
ପାରିବାରିକ ଜୀବନରେ ସୁଧାର ଆସିବ । ବିଦ୍ୟାର୍ଥୀ ମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ । ସାମାଜିକ କାର୍ଯ୍ୟ ରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ଯିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ରେ ଆତ୍ମସନ୍ତୋଷ ବଢେଇବ । ଅର୍ଥ ସମ୍ପର୍କିତ ଚୁକ୍ତି ପତ୍ର କଲେ ଆଶା କରିଥିବା ଧନ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ ଓ ସାମାଜିକ ପ୍ରତିଷ୍ଠା , ମାନ ସମ୍ମାନ ବୃଦ୍ଧି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ପ୍ରତ୍ୟେକଦିନ ତୁଳସୀ ଚଉରା ର ମାଟି ମୁଣ୍ଡରେ ଧାରଣ କରନ୍ତୁ

ବିଛା-
ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ କରିବେ । ଛାତ୍ରଛାତ୍ରୀ ମାନେ ପାଠ ପଢାରେ ମନେଯାଗ ଦେଇ ପରସ୍ପରକୁ ସାହାର୍ଯ୍ୟ ସହେଯାଗ କରି ଗଠନମୂଳକ ଦିଗ ପ୍ରତି ଆଗ୍ରହି ହେବେ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ । ଘରୋଇ କର୍ମ କ୍ଷେତ୍ରରେ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବା ସହ ମାନସମ୍ମାନ ବୃଦ୍ଧି ହେବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ଭାଗୀଦାରି ବ୍ୟବସାୟରେ ପରସ୍ପରକୁ ସାହାର୍ଯ୍ୟ ସହଯୋଗ କରି, ଗଠନ ମୂଳକ କାର୍ଯ୍ୟ ହାତକୁ ନେବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର-“ଓଁ ନାରାୟଣାୟ ସୁରସିଂହାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଧନୁ-
ପାରିବାରିକ କ୍ଷେତ୍ରରେ ସ୍ନେହ ଭାବ ବୃଦ୍ଧି ହୋଇ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂର ଯାତ୍ରାର ସୁଯୋଗ ପାଇବେ । ଥଣ୍ଡା ଜ୍ୱର ଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ମଧୁର ଭାଷା ପ୍ରୟୋଗ କରି ପରକୁ ଆପଣାର  କରିପାରନ୍ତି । ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ । ରାଜନୈତିକ କ୍ଷେତ୍ରରେ ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଧର୍ମାତ୍ମା, ବିଦ୍ୱାନ, ସାହସୀ ଓ ସମ୍ପତ୍ତି ବାନ୍ ହୋଇପାରନ୍ତି । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର-“ଓଁ ଶ୍ରୀଂ ଦେବକୃଷ୍ଣାୟ ଉର୍ଦ୍ଧ୍ୱଷଂତାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

କର-
ଶାରିରୀକ ସୁସ୍ଥତା ସହିତ ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତିରେ ଲୋକ ସମର୍ଥନ ମିଳିବା ଫଳରେ ପ୍ରଶଂସିତ ହେବେ ଓ ଉଚ୍ଚ ପଦ ପଦବୀ ମିଳିପାରେ । ଚାକିରୀ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳରେ ସମାଧାନ ହୋଇଯିବ । ଡାକ୍ତରୀ ପଢୁଥିବା ବିଦ୍ୟାର୍ଥୀ ମାନେ ପାଠପଢା କ୍ଷେତ୍ରରେ ବିଶେଷ ସଫଳତା ପ୍ରାପ୍ତ କରିବେ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବେ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ଅହଂଭାବକୁ ବିସର୍ଜନ କରନ୍ତୁ ନଚେତ୍ ଅସୁବିଧାରେ ପଡିପାରନ୍ତି । ମାତାପିତା ପୁତ୍ର କନ୍ୟାଙ୍କ ପାଇଁ ଗର୍ବିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର-“ଓଁ ଶ୍ରୀଂ ବତ୍‌ସଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

କୁମ୍ଭ-
ପରିବାର କ୍ଷେତ୍ରରେ ସ୍ନେହ ଭାବ ବିରାଜ ମାନ କରିବ । ବ୍ୟବସାୟ କରୁଥିବା ବ୍ୟକ୍ତି ବ୍ୟବସାୟରେ ଅତ୍ୟନ୍ତ ଲାଭାନ୍ନିତ ହୋଇ ସମ୍ପତି କ୍ରୟ କରିବେ । ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବା ପାଇଁ ଚେଷ୍ଟା କରିପାରନ୍ତି । ଇଛା ନଥିଲେ ମଧ୍ୟ ବାଧ୍ୟ ବାଧକତାରେ ପରିସ୍ଥିତିରେ ପଡିଖର୍ଚ୍ଚାନ୍ତ ହେବେ। ପ୍ରଶାସନିକ ସ୍ତରରେ କାମ ହାସଲ କଷ୍ଟକର ହୋଇପାରେ। ସଭାସମିତିରେ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ ଲାଭବାନ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର-“ଓଁ ଶ୍ରୀଂ ଉପେନ୍ଦ୍ରାୟ ଅଚ୍ୟୁତାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

ମୀନ-
ଘରୋଇ ସମସ୍ୟାର ସମାଧାନ ହୋଇ ପାରିବାରିକ ସୁଖ ଶାନ୍ତି ପାଇବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ମର୍ଯ୍ୟଦା ଜନକ ପରିସ୍ଥିତି ସୃଷ୍ଟି ହେବା ସହ ସନ୍ତାନ ଙ୍କ ଶୁଭ ଖବର ପାଇ ଖୁସି ହେବେ । ନିଜର ବୁଦ୍ଧି ବିବେକ ଖଟାଇ ଅନେକ ସମସ୍ୟାର ସମାଧାନ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରଶଂସିତ ହେବେ ।  ଧାର୍ମିକ କାର୍ଯ୍ୟରେ ମନ ବଳାଇ ପାରନ୍ତି । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ପ୍ରତିଦିନ କଦଳୀ ଗଛ ମୂଳେ ହଳଦୀ ପାଣି ଦିଅନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।