Weekly Horoscope From 24th August 2026 To 30th August 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...
ମେଷ-
ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ । ଜନ ସମ୍ପର୍କ ବୃଦ୍ଧି ପାଇବ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ । ବକେୟା ଅର୍ଥ କିଛି ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ବୃଷ-
ପୁରାତନ ରୋଗ ପୀଡାର ଉପଶମ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଦାମ୍ପତ୍ୟ ସୁଖରେ ଖୁସି ହେବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବ ହେବେ । ମନୋରଂଜନ କାର୍ଯ୍ୟରେ ସମୟ ବିତିବ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ବାଦବିବାଦ, ମାଲିମକଦ୍ଦମା , କ୍ରୀଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ଧନଲାଭ ହେବାରୁ ଖୁସି ହେବେ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ପ୍ରିୟଜନ ମାନଙ୍କୁ ଆର୍ôଥକ ସାହାଯ୍ୟ କରିବାକୁ ବାଧ୍ୟ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର୍ୟ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
କର୍କଟ-
କର୍ମ ପରିଶ୍ରମ ଓ କ୍ଷେତ୍ରରେ ଅତ୍ୟଧିକ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ପରିବହନ ଓ ଚୁକ୍ତିପତ୍ର ନିର୍ମାଣ ଆଲୋଚନା ପାଇଁ ଦିନଟି ଭଲ ରହିବ କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ । କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସୁସ୍ଥପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର୍ୟ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
କନ୍ୟା-
ସମାଜ ସେବା ଓ ରାଜନୀତିରେ ସ୍ୱନାମ ଅର୍ଜନ କରିପାରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ ପ୍ରସଙ୍ଗରେ ସଫଳତାମିଳିପାରେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବିଦ୍ୟାର୍ଥୀ ମାନଙ୍କର ବିଦେଶ ଭ୍ରମଣର ଯୋଗ ରହିଛି । ଆନ୍ତରିକ ଉତ୍ସାହ ବୃଦ୍ଧିହାବା ଫଳରେ ବ୍ୟବସାୟ କ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବ । ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ୱାରା ଲାଭ ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ବହୁତ ସମ୍ଭାବନା ଅଛି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ । ଲୁହା, କାଠ, କୋଇଲା, କଳକବ୍ଜା ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ନାନା ବାଟରେ ଧନାଗମ ଘଟିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ତଳ ମହଲରୁ ଆଶାତୀତ ଲାଭ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଓଁ ଦ୍ରାଂ ଦ୍ରୀଂ ଦୈା ସଃ ଶୁକ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ବିଛା-
ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଘର ପାଇଁ ଆସବାବ କ୍ରୟ କରିବେ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ। ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ରାଜନୈତିକ ବ୍ୟକ୍ତିଙ୍କ ଅକ୍ରୋଶର ଶିକାର ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ-
ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ନିଜର ଏକ ବାହ୍ୟରୂପ ଧାରଣ କରିବା ସହିତ ବିଜ୍ଞତାର ସହିତ ପରିସ୍ତିତିର ସମ୍ମୁଖୀନ ହେବା ଶ୍ରେୟସ୍କର ହେବ । ଶିକ୍ଷାକ୍ଷେତ୍ରରେ ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । କେତେକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ଗ୍ରାଂ ଗ୍ରୀଂ ଗୈା ସଃ ଗୁରବେ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ମକର-
ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବ୍ୟବସାୟରେ ନୂତନପନ୍ଥା ଅନୁସରଣ କରି ସଫଳତା ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ ଫଳରେ ମାନସିକ ଶାନ୍ତି ଅନୁଭବ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ବ୍ୟବସାୟରେ ଶତୃମାନେ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ôଥକ କ୍ଷେତ୍ରରେ ଉନ୍ନତି ହେବ । ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ନୂତନ ଯୋଜନାରେ ସଫଳତା ମିଳିବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ଦୂରଯାତ୍ରାର ସୁଯୋଗ ପାଇବା ସହ ଆଶାତୀତ ଲାଭ ମିଳିବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ମୀନ-
ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ଯ୍ୟକୁ ପୁରା କରିବାରେ ସକ୍ଷମ ହେବେ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ନିର୍ମାଣ କାର୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।