Weekly Horoscope From 31st August 2026 To 6th September 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...
ମେଷ-
ମାନସିକ ଉତେଜନା ଭୋଗିବେ । ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟ କ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।
ଚାକିରିରେ ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହି ପାରନ୍ତି । ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନିତିରେ ଆଶା କରିଥିବା ଖବର ପାଇ ଖୁସି ହୋଇ ଯିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ । ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ଼ କରିବା ପାଇଁ ପ୍ରୟାସ କରିବେ । ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୈାଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ । ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇପାରନ୍ତି । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ । ଆପଣଙ୍କର ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ । ପରୀକ୍ଷା ପ୍ରାର୍ଥୀମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ । ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରି ମାନେ ପଢାରେ ଅବେହଳା କରି ପାରନ୍ତି । ମହିଳା ମାନଙ୍କ ମନବଳ ବୃଦ୍ଧି ଘଟିବ । ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୁକୂଳ ହେବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । ପୂର୍ବସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ । ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ବନ୍ଧୁ ସହାୟତା ମିଳିବ । ରାଜନେତାଙ୍କ ସାମାଜିକ ସ୍ତର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖିପାରିବେ ନାହିଁ । କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ପଡୋଶିଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ । କୈାଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ଶତୃଙ୍କର ସମ୍ମୁଖୀନ ହୋଇପାରନ୍ତି । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ । ଅଯଥା କୋର୍ଟ ମାମଲାରେ ଫସି ଯାଇ ହଇରାଣ ହୋଇପାରନ୍ତି । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛଅ ପଇସା ଖର୍ଚ୍ଚ କରିବାକୁ ପଡିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସହାୟତା ଲୋଡିବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହାୟତା ପାଇ ଅଫିସରେ କାମ କରିନେବେ । ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ । ଭୂ-ସମ୍ପତି ଭାଗ ହୋଇପାରେ । ନାରୀମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ପେଟରେ କଷ୍ଟ ଅନୁଭବ କରିବେ । ଭାଇ-ଭଉଣୀଙ୍କ ଖୁସି ପାଇଁ ପାରିବାରରେ ଶାନ୍ତି କେତେଂକାଶରେ ଦେଖାଦେବ । ପତ୍ନୀଙ୍କ ସହ ମନମାଳିନ୍ୟ ଯୋଗୁଁ ଆପଣ ଅଶାନ୍ତି ଭୋଗ କରିବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ଭଲ ସଫଳତା ପାଇବେ । ପିତୃ ପୁରୁଷ ସମ୍ପତି ପାଇଁ ଖୁସି ଅନୁଭବ କରିବେ । ମହିଳା ମାନେ ନୂଆ କାର୍ଯ୍ୟର ଅନୁସନ୍ଧାନ କରିବେ । ଘର ପାଇଁ ଆସବାବ କ୍ରୟ କରିବେ । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ । ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ । ଉଦବେଗରୁ ମୁକ୍ତି ମିଳିବ । ଉପଯୁକ୍ତ ସମୟରେ ଆଶା କରୁଥିବା ଦିଗରୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବାକି ପଡିଥିବା ପଇସା ପାଇବା ପାଇଁ ଚାପ ପ୍ରୟୋଗ କରିବେ । ଛାତ୍ରଛାତ୍ରି ମାନେ ସଫଳତା ହାସଲ କରିବେ । ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ଚାକିରି କ୍ଷେତ୍ରରେ ମହିଳା ମାନେ ମନୋନିତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି । ରାଜନୀତିରେ ନୂତନ କାର୍ଯ୍ୟରେ ଆଗ୍ରହ ପ୍ରକାଶ କରିବେ ଓ ଲୋକ ମାନଙ୍କ ପାଖରେ ପ୍ରିୟ ହୋଇପାରିବେ । କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ରାଜନୀତି କରିବାରେ ଆଗ୍ରହ ପ୍ରକାଶ ପାଇବ । ଶତୃଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତୁପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ । ଆପଣ ଏକ ନୂତନ କାର୍ଯ୍ୟ ଆରମ୍ଭ କରିବେ । ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ମହିଳା ମାନେ ବୁଦ୍ଧି ଖଟାଇ ପରିସି୍ଥତିକୁ ସୁଧାରି ନେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ । ବନ୍ଧୁ ମାନଙ୍କ ସହିତ ସମୟ ଅତିବାହିତ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ । ଆପଣଙ୍କ ସାଥୀଙ୍କୁ ଅଧିକ ସମର୍ଥନ କରନ୍ତୁ । ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର୍ଯ୍ୟ କରିବା ଉଚିତ । ଆପଣ ନିଜ ପାଇଁ କୌଣସି ସମ୍ପତ୍ତି ବିନିଯୋଗ କିମ୍ବା କ୍ରୟ କରିବେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ଆସିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ରୋଗରୁ ରକ୍ଷା ପାଇପାରିବେ । ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ । ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ । ସକରାତ୍ମକ ଫଳାଫଳ ଅନୁଭବ କରିବେ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ସାଙ୍ଗଠନିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି । ଆଇନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।