Weekly Horoscope From 7th August 2026 To 13th September 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...
ମେଷ-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କ ପରାମର୍ଶରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ନିଜର ନୂଆ ଲକ୍ଷ ନିର୍ଦ୍ଧାରିତ କରିବେ । ଚାକିରୀରେ ସ୍ଥାନାନ୍ତର ହେବାକୁ ଚେଷ୍ଟା କଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ହରାଇ ଥିବା ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ ହେବ । ଛାତ୍ରଛାତ୍ରୀ ମାନେ ପାଠ ପଢାରେ ଉଚ୍ଚ ଶ୍ରେଣୀ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ମାନସମ୍ମାନ ଓ କ୍ଷାତି ବଢିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ବୃଷ-
ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ । ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନରେ ସନ୍ଦେହାତ୍ମକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡ଼ିପାରେ। ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ଓ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିବେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଓଁ ବ୍ରାଂ ବ୍ରୀଂ ବୈା ସଃ ବୁଧାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ମିଥୁନ-
ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ଖେଳରେ ଉନ୍ନତି ହେବ । କୌଣସି ଅସୁବିଧା ନ ଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଚିନ୍ତାକରି ବିବ୍ରତ ରହିବେ।
ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତି ମାନେ ସମସ୍ୟାକୁ ସୁଧାରି ନେବା ଫଳରେ କର୍ମକ୍ଷେତ୍ର ସୁଦୃଢ ହେବ । ରାଜନୀତିରେ ସ୍ୱାଭିମାନ ରକ୍ଷା କରି ପ୍ରଶଂସିତ ହେବେ । ମିତ୍ର ମାନଙ୍କ ସହ ସୁ ସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଆପଣଙ୍କ ବ୍ୟକ୍ତି ଗତ ଜିନିଷକୁ ସର୍ବ ସାଧାରଣରେ ପ୍ରକାଶ କରନ୍ତୁ ନାହିଁ ନଚେତ୍ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର୍ଯ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
କର୍କଟ-
ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଆପଣ ସହଜରେ ଋଣ ପାଇ ପରିବେ । ପୈତୃକ ସମ୍ପତି ପାଇ ମନ ଖୁସି ହେବ । ଚାକିରୀ କ୍ଷେତ୍ରରେ ସ୍ଥାନ ପରିବର୍ତ୍ତନର ଯୋଗ ରହିଛି । ପ୍ରେମ ସମ୍ପର୍କ ବିଫଳ ହୋଇପାରେ । କାର୍ଯ୍ୟ ବ୍ୟସ୍ତତା କାରଣରୁ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ଚାକିରୀରେ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଓଁ ଶ୍ରାଂ ଶ୍ରୀଂ ସୈା ସଃ ଚନ୍ଦ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ସିଂହ-
ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ । ପ୍ରତିଯୋଗିତା ପରିକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶିର୍ବାଦ ପାଇବେ । ବନ୍ଧୁ ମିତ୍ରଙ୍କ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ ପନ୍ଥା ଗ୍ରହଣ କରିବେ । ଆର୍ଥିକ ଦିଗରୁ ସୁବିଧା ପାଇବେ । ଗୃହୋପକରଣ କ୍ରୟ କରିବା ଦ୍ୱାରା ବ୍ୟୟ ଅଧିକ ହେବ । ରାଜନୀତିରେ କୃତକାର୍ଯ୍ୟ ହେବେ । ଗୁରୁଜନଙ୍କ ଠାରୁ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇପାରନ୍ତି । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର୍ୟ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
କନ୍ୟା-
ବ୍ୟବସାୟ କ୍ଷେତ୍ରରେ ଥିବା ଦ୍ୱନ୍ଦର ସମାଧାନ ହୋଇ ଆଶାତୀତ ଲାଭବାନ ହେବେ । ଶତ୍ରୁମାନେ ତଳମୁହାଁ ହେବା ଫଳରେ ସମସ୍ତ କାର୍ଯ୍ୟ ଆପଣଙ୍କ ଇଛା ଅନୁଯାୟୀ ସମାପ୍ତ ହେବ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବୁଦ୍ଧି ବିବେକ ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ୍ ।ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ମନ ଲଗାଇ କାର୍ଯ୍ୟ କରିବା ଫଳରେ କର୍ମ କ୍ଷେତ୍ରରେ ପଦୋନ୍ନତି ହୋଇପାରେ । ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । ରାଜନୀତିରେ ଯଶ ଓ ମାନ ବୃଦ୍ଧି ହେବ । ଅଧା ଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଓଁ ବ୍ରାଂ ବ୍ରୀଂ ବୈା ସଃ ବୁଧାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ତୁଳା-
ପରିବାରରେ ପାରସ୍ପରିକ ସମନ୍ୱୟ ବୃଦ୍ଧି ହେବ ଓ ପାରିବାରିକ ସୁଖ ପ୍ରାପ୍ତି ହେବ । ଭାଇଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପୁଅ ଓ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଦୂରଯାତ୍ରାର ସୁଯୋଗ ପାଇବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବିଦ୍ୟାଧ୍ୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଓଁ ଦ୍ରାଂ ଦ୍ରୀଂ ଦୈା ସଃ ଶୁକ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ବିଛା-
ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଘର ପାଇଁ ଆସବାବ କ୍ରୟ କରିବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ୟ୍ୟକୁ ପରିବର୍ତନ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଧନୁ-
ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ଗ୍ରାଂ ଗ୍ରୀଂ ଗୈା ସଃ ଗୁରବେ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ମକର-
ସ୍ୱାସ୍ଥ୍ୟରେ କିଛି ପରିବର୍ତନ ଆସିବ । ପରୋକ୍ଷ ଶତୃତା ଦୈନିକ ଜିବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଦାମ୍ପତ୍ୟ କଳହର ଅବସାନ ଘଟିବ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
କୁମ୍ଭ-
କର୍ମ ପରିଶ୍ରମ ଓ କ୍ଷେତ୍ରରେ ଅତ୍ୟଧିକ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରିବାରେ ସଫଳ ହେବେ । ଥଣ୍ଡା ଜନିତ ସ୍ୱସ୍ଥ୍ୟହାନି, ଅର୍ଥସଙ୍କଟ, ବ୍ୟବସାୟରେ ଝଗଡା ଜନିତ ଦୁଶ୍ଚିନ୍ତା ଦେଖାଦେବ । ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେଇପାରନ୍ତି । ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କ ଆସିବା ବାଟକୁ ଚାହିଁରହି ବିରକ୍ତି ପ୍ରକାଶ କରିପାରନ୍ତି । ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ମୀନ-
ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । ମହିଳା ମାନେ ଅନ୍ୟକୁ ସାହାର୍ୟ୍ୟ କରିବେ । ନିଜ ପରିସରରେ ଜଣେ ବନ୍ଧୁ ସାହାର୍ୟ୍ୟର ପ୍ରତିଶୃତି ଦେବେ । କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ଗ୍ରାଂ ଗ୍ରୀଂ ଗୈା ସଃ ଗୁରବେ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।