Well-Marked Low-Pressure Area Forms Over BoB: ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ, ଆସନ୍ତାକାଲି ଗଭୀର ଅବପାତ ସମ୍ଭାବନା

Oct 24, 2026 - 10:25
Well-Marked Low-Pressure Area Forms Over BoB: ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ, ଆସନ୍ତାକାଲି ଗଭୀର ଅବପାତ ସମ୍ଭାବନା

ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ।

ଏହା ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ଅବପାତର ରୂପ ନେବ ସ୍ପଷ୍ଟଚିହ୍ନିତ ଲଘୁଚାପ।

ଆସନ୍ତାକାଲି ଗଭୀର ଅବପାତ ଏବଂ ୨୬ ତାରିଖରେ ଏକ ଘୂର୍ଣ୍ଣିବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି।

୨୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବା ନେଇ ଆକଳନ କରାଯାଇଛି।

Advertisment ପବନରେ ବେଗ ୨୬ ସକାଳ ବେଳକୁ ୭୦-୮୦ କିମି ଏପରିକି ଝଟକା ପବନ ୯୦ କିଲୋମିଟର ପର୍ଯ୍ୟନ୍ତ ଛୁଇଁପାରେ।

ଏହାପରେ ବାତ୍ୟାଟି ଉପକୂଳ ଆଡକୁ ଯେତିକି ବଢ଼ିବ ପବନର ବେଗ ମଧ୍ୟ ବଢ଼ିବାରେ ଲାଗିବ।

ତେବେ ଲ୍ୟାଣ୍ଡଫଲ୍ ବେଳେ ବେଗ କେତେ ରହିବ ସେନେଇ ଆଇଏମ୍ଡି ପକ୍ଷରୁ ଏବେ କୌଣସି ଆକଳନ କରାଯାଇ ନାହିଁ।

ଆଜି ଅବପାତ ସୃଷ୍ଟି ହେବା ପରେ ବାତ୍ୟାର ସମ୍ଭାବ୍ୟ ଗତିପଥ ଓ ପବନର ବେଗ ସଂପର୍କରେ ସ୍ପଷ୍ଟତା ଆସିବ ବୋଲି କୁହାଯାଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।