Yellow Alert in 3 Districts Over Heavy Rain: ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ, ୫ ଦିନ ଯାଏ ରହିବ ଏଭଳି ପାଗ
ଉପକୂଳ ଓ ଉତ୍ତର ଓଡ଼ିଶାକୁ ଝଡ଼ବର୍ଷା ଚେତାବନୀ । ଆଜି ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ଅନେକ ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ଓ ଝଟକା ପବନ ନେଇ ୟେଲୋ ସତର୍କତା ଜାରି ହୋଇଛି ।
ଉତ୍ତର ଓ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲା ସମେତ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ କଟକ ଅଞ୍ଚଳରେ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି । ଆସନ୍ତା ୫ ଦିନ ଯାଏ ରହିବ ଏଭଳି ପାଗ । ...
ଉପକୂଳ ଓ ଉତ୍ତର ଓଡ଼ିଶାକୁ ଝଡ଼ବର୍ଷା ଚେତାବନୀ
୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା
ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା
୧୧ ଜିଲ୍ଲାରେ ବିଜୁଳି-ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଆସନ୍ତା ୫ ଦିନ ଯାଏ ରାଜ୍ୟରେ ରହିବ ଏଭଳି ପାଗ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।