ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ପରଲୋକରେ ଶୋକ

Oct 13, 2026 - 19:36
ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ପରଲୋକରେ ଶୋକ

ଡେରାବିଶ,୧୨/୧୦(ନି.ପ୍ର): ଡେରାବିଶ ବ୍ଲକ ଚାନ୍ଦୋଳ ପଞ୍ଚାୟତ ପଥରପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ତଥା କୁସୁନପୁର ଗ୍ରାମର ସୁବାସ ଚନ୍ଦ୍ର ଦାସଙ୍କ ଧର୍ମପତ୍ନୀ ଆଶାଲତା ଦାସ (୭୫) ଙ୍କ ପରଲୋକରେ ଅଞ୍ଚଳରେ ଶୋକ ପ୍ରକାଶ ପାଇଛି।ସ୍ୱର୍ଗୀୟା ଆଶାଲତା ବ୍ଲକ ଅଧିନସ୍ଥ ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକତା କରି ଜଣେ ଆଦର୍ଶ ଶିକ୍ଷୟିତ୍ରୀ ଭାବେ ଅଞ୍ଚଳରେ ପରିଚିତ ଥିଲେ। କିଛି ଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିବା ବେଳେ ରବିବାର ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ପୁରୀ ସ୍ବର୍ଗ ଦ୍ବାରରେ ଶେଷ କୃତ୍ୟ ସଂପନ୍ନ କରାଯାଇଥିବା ବେଳେ ପୁଅ ସୁବ୍ରତ ମୁଖାଗ୍ନି ଦେଇଥିଲେ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।