ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

Sep 23, 2026 - 15:09
ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ ବାହାରକୁ ଚାଲାଣ କରାଯାଉଥିଲା। ବଲାଙ୍ଗୀର ଟାଉନ ଥାନା ପୋଲିସ ଏହାର ପର୍ଦ୍ଦାଫାଶ କରିଛନ୍ତି। ବଲାଙ୍ଗୀର ଟାଉନ ଥାନା ପୋଲିସ ସହରର ଉଦୟନଗରର ଏକ ଭଡ଼ା ଘରେ ଚାଲିଥିବା ଏହି ରାକେଟର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ମାଜିଷ୍ଟ୍ରେଟ ଉପସ୍ଥିତିରେ ଗଞ୍ଜେଇ ଜବତ କରାଯାଇଛି। ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି। ପୋଲିସ ଏଯାବତ୍‌ ୪୦ କେଜି ଓଜନର ଗଞ୍ଜେଇ ଜବତ କରିଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।