ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

Aug 16, 2026 - 16:21
ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫୁପୁଗାଁର ଶିକ୍ଷକ ଅଭିରାମ ଲେଙ୍କାଙ୍କୁ ମୁଖ୍ୟ ଅତିଥି ତଥା ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ। ଖୁବ୍‌ କମ୍‌ ସମୟର କାର୍ଯ୍ୟଭାର ଗ୍ରହଣ ମଧ୍ୟରେ ଫୁପୁଗାଁ ବିଦ୍ୟାଳୟକୁ ଉନ୍ନତିର ଶିଖରରେ ପହଞ୍ଚାଇଥିବା ଯୋଗୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ଉକ୍ତ ଉତ୍ସବରେ ନବରଙ୍ଗପୁର ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଗୌରୀ ଶଙ୍କର ମାଝୀ, ଜିଲାପାଳ ମହେଶ୍ୱର ସ୍ବାଇଁ ଓ ଜିଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।