ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

Aug 28, 2026 - 15:39
ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ ଚେକ୍ କରନ୍ତୁ ଆଜିର ୧୦ ଗ୍ରାମ ମୂଲ୍ୟ…

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୯,୮୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୬,୫୦୦ ଟଙ୍କା ଛୁଇଁଛି ।

ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୨,୯୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୬,୫୦୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୬୦,୦୦୦ ଟଙ୍କା ହୋଇଛି ।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।