ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ, RBI ଡ଼ାଟା ସେଣ୍ଟରର କରିବେ ଉଦ୍ଦଘାଟନ

Oct 25, 2026 - 12:07
ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ, RBI ଡ଼ାଟା ସେଣ୍ଟରର କରିବେ ଉଦ୍ଦଘାଟନ

ନନ୍ଦିଘୋଷ ବ୍ୟୁରୋ: ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଜଟଣୀ ଭାରତୀୟ ରିଜର୍ଭ ବ୍ୟାଙ୍କର ନୂତନ ଡ଼ାଟା ସେଣ୍ଚର ଓ ସାଇବର ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍ଦଘାଟନ କରିବେ । ତେବେ ପ୍ରଧାନମନ୍ତ୍ରୀଙ୍କ ଗ୍ରସ୍ତକୁ ନେଇ ଭୁବନେଶ୍ବର ଓ ଖୋର୍ଦ୍ଧାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ସୂଚନା ଅନୁଯାୟୀ, ଅପରାହ୍ନ ୪ଟା ୧୦ରେ ମୋଦି ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିବେ । ଏହାପରେ ପ୍ରଧାନମନ୍ତ୍ରୀ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ଖୋର୍ଦ୍ଧାସ୍ଥିତ ଆରବିଆଇ ଡ଼ାଟା ସେଣ୍ଟରକୁ ଯିବେ । ଅପରାହ୍ନ ୪ଟା ୪୫ ମିନିଟ୍ ରୁ ୫ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଆରବିଆଇ ଡ଼ାଟା ସେଣ୍ଟର ଓ ସାଇବର ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ । ୫ଟା ୫୦ ସଡ଼କ ପଥରେ ଭୁବନେଶ୍ବର ବିମାନବନ୍ଦରକୁ ଯିବେ । ପରେ ୬ଟା ୩୫ ମିନିଟ୍ ରେ ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା, ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଅତିଥି ଭାବେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ଭିଭିଆଇପିମାନେ ସଡ଼କ ପଥରେ ଖୋର୍ଦ୍ଧାରୁ ଭୁବନେଶ୍ବର ଫେରିବାକୁ ଥିବାରୁ କମିସନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବିମାନବନ୍ଦରରୁ କାର୍ଯ୍ୟକ୍ରମ ସ୍ଥଳ ପର୍ଯ୍ୟନ୍ତ କାରକେଡ୍ ରିହର୍ସାଲ କରିଛନ୍ତି। ୫୭ ପ୍ଲାଟୁନ୍ ପୁଲିସ ଫୋର୍ସ, ୫ କମ୍ପାନୀ CAPF ଫୋର୍ସ ଓ ୨୦୦ ଅଫିସର ନିୟୋଜିତ ହୋଇଛନ୍ତି।

 

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।