ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

Aug 15, 2026 - 08:40
ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଓଡ଼ିଶାରେ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ଶନିବାର ସୁନ୍ଦରଗଡ଼, ଝାରସୁଗୁଡା ଏବଂ ବରଗଡ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।