ଆଜି ସପ୍ତପୁରୀ ଅମାବାସ୍ୟା
ପୁରୀ : ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସ ଅମାବାସ୍ୟା ତିଥିକୁ ସପ୍ତପୁରୀ ଅମାବାସ୍ୟା ବା "କୁଶଗ୍ରହଣୀ ଅମାବାସ୍ୟା”ବୋଲି ମଧ୍ୟ କୁହାଯାଏ । ଓଡ଼ିଶାର ଆରାଧ୍ୟ ଦେବତାଙ୍କୁ କେନ୍ଦ୍ର କରି ବିଭିନ୍ନ ପର୍ବପର୍ବାଣୀ ପାଳିତ ହୁଏ । ଏସବୁ ପାର୍ବଣ ଦିନ ମାନଙ୍କରେ ଶ୍ରୀମନ୍ଦିରରେ ହୋଇଥାଏ ସ୍ବତନ୍ତ୍ର ନୀତି କାନ୍ତି । ଶ୍ରୀଜଗନ୍ନାଥଙ୍କ ନିକଟରେ ସପ୍ତପୁରୀ ଭୋଗ ଲାଗିଥାଏ । ଏହାକୁ “ସପ୍ତପୁରୀ ତାଡ଼” ମଧ୍ୟ କୁହାଯାଇଥାଏ । ଏହି ଭୋଗକୁ ମା ଦକ୍ଷିଣ କାଳୀ ମହାପ୍ରଭୁଙ୍କ ନିମନ୍ତେ ପ୍ରସ୍ତୁତ କରିଥାନ୍ତି ବୋଲି ବିଶ୍ୱାସ କରାଯାଏ । ଗତକାଲି ସଂଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ । ଏହି ଦିନ ଶ୍ରୀ ନୀଳମାଧବଙ୍କ ପାଖରେ ମଧ୍ୟ ଲାଗିଥାଏ ସାତପୁରୀ ପିଠାର ଭୋଗ ।
ସପ୍ତପୁରୀ ଅମାବାସ୍ୟା ପୂର୍ବଦିନ ଅଠରନଳା ନିକଟରେ ଅବସ୍ଥିତ ଭଗବତୀ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ ଶ୍ରୀମନ୍ଦିରରେ ପହଁଚି ଚତୁଃପାର୍ଶ୍ୱ ବୁଲି ତାଡ ଗୁଡିକ ରୋଷ ବେହେରଣରେ ରଖାଯାଇଥିଲା । ଗତକାଲି ସଂନ୍ଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷୀଣକାଳି ମନ୍ଦିରକୁ ଯାଇଥିଲେ ।
ଆଜି ସକାଳେ ଶ୍ରୀଜୀଉଙ୍କ ଅବକାଶ ନୀତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇ ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପରେ ସାତପୁରୀ ଭୋଗ ରୋଷ ଘରୁ ଆସିବା ସହ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥାନ୍ତି।ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ବିଶେଷ ପୂଜାନୀତି ସହ ଆଜି ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ ।
ସପ୍ତପୁରୀ ଅମାବାସ୍ୟାକୁ "କୁଶଗ୍ରହଣୀ ଅମାବାସ୍ୟା”ବୋଲି ମଧ୍ୟ କୁହାଯାଏ । ହିନ୍ଦୁଧର୍ମର ପରମ୍ପରାରେ ଅନେକ ପ୍ରକାର ପୂଜାକାର୍ଯ୍ୟରେ କୁଶ (ଏକ ବିଶେଷ ପ୍ରକାରର ଘାସ, ଯାହାର ଉପଯୋଗ କେବଳ ଧାର୍ମିକ କାର୍ଯ୍ୟରେ କରାଯାଇଥାଏ) କରାଯାଇଥାଏ । ପ୍ରତ୍ୟେକ ଗୃହସ୍ଥ ଏହି ଅମାବାସ୍ୟା ଦିନ କୁଶଗୁଡ଼ିକୁ ସଂଗ୍ରହ କରିଥାନ୍ତି । ସୂର୍ଯ୍ୟ ଉଦୟ ସମୟରେ ଉତ୍ତର କିମ୍ବା ପୂର୍ବାଭିମୁଖି ହୋଇ କୁଶ ହାତରୁ ବାହାର କରାଯାଇଥାଏ । ବର୍ଷତମାମ କରାଯାଇଥିବା ପୂଜା ଏବଂ ଧାର୍ମିକ କାର୍ଯ୍ୟରେ ଉପଯୋଗ ହୋଇଥିବା ଶାସ୍ତ୍ରରେ ଦଶ ପ୍ରକାରର କୁଶ ବିଷୟରେ ବର୍ଣ୍ଣନା କରାଯାଇଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।