ଆଜି ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ

Oct 10, 2026 - 16:07
ଆଜି ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ବର : ଆରଏସଏସ ମୁଖ୍ୟ ମୋହନ ଭାଗବତ ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ସମ୍ବଲପୁରରେ ସ୍ୱୟଂସେବକଙ୍କ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୋହନ ଭାଗବତ ଆଜି ଅପରାହ୍ନ ୪ ଘଟିକା ସମୟରେ ସମ୍ବଲପୁରରେ ପହଞ୍ଚିବେ । ସନ୍ଧ୍ୟା ୬ଟାରୁ ରାତି ୮ଟା ମଧ୍ୟରେ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଅଡିଟୋରିଅମ ଠାରେ ଆୟୋଜିତ 'ଆହ୍ୱାନ' ସ୍ୱୟଂସେବକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶାରେ ଦୁଇଦିନିଆ କାର୍ଯ୍ୟକ୍ରମ ସାରି ଅକ୍ଟୋବର ୧୧ ତାରିଖ ସଂଧ୍ୟାରେ ଓଡିଶାରୁ ପ୍ରତ୍ୟାବର୍ତନ କରିବେ ବୋଲି ସଂଘର ଓଡିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା ପ୍ରକାଶ କରିଛନ୍ତି ।   

 

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।