ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା
/sambad/media/media_files/2026/08/12/whatsapp-image-2026-08-12-18-23-17.jpeg)
ସ୍ଥାନୀୟ ଉଦିତନଗର ସ୍ଥିତ ଆମ୍ବେଦକର ଛକରୁ ଅନୁଷ୍ଠିତ ଏହି ଶୋଭାଯାତ୍ରା ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟ ସମ୍ମୁଖରେ ଶେଷ ହୋଇଥିଲା। ରାଉରକେଲା ସହରର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ସ୍ଥାନୀୟ ଜନସାଧାରଣ ଉତ୍ସାହ ଓ ଉଦ୍ଦୀପନାର ସହ ହାତରେ ଜାତୀୟ ପତାକା ଧରି ଦେଶାତ୍ମବୋଧକ ନାରା ଦେଇ ଏହି ଶୋଭାଯାତ୍ରାରେ ସାମିଲ୍ ହୋଇଥିଲେ।
/sambad/media/media_files/2026/08/12/whatsapp-image-2026-08-12-18-24-12.jpeg)
ଏଥିରେ ରାଉରକେଲା ମହାନଗର ନିଗମ ଆୟୁକ୍ତ ସୁଶ୍ରୀ ଦୀନା ଦସ୍ତଗୀରଙ୍କ ସହ ଯୁଗ୍ମ ଆୟୁକ୍ତ ପଲ୍ଲବୀ ନାୟକ, ଉପ ପୌରାୟୁକ୍ତ ଅନୀତା ନାଏକ, ଉପ ପୌରାୟୁକ୍ତ ତରୁଣ କାନ୍ତ, ସହକାରୀ ପୌର ଆୟୁକ୍ତ ଅଜିତ କୁମାର ପଟ୍ଟନାୟକଙ୍କ ସହ ଆରଏମସି, ଆରଡିଏର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଏବଂ ସ୍ଥାନୀୟ ଲୋକ ପ୍ରତିନିଧି ଏଥିରେ ସାମିଲ୍ ହୋଇଥିଲେ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।