ଆର୍ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ
ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ ଥିବାବେଳେ ଶର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
ଶନିବାର ପୂର୍ବାହ୍ନରେ କାର୍ଯ୍ୟାଳୟ ଖୋଲିବା ପୂର୍ବରୁ କର୍ମଚାରୀମାନେ କମ୍ପ୍ୟୁଟର ସେକ୍ସନରୁ ଧୂଆଁ ବାହାରୁଥିବା ଦେଖିଥିଲେ। ତୁରନ୍ତ ଏନେଇ ଦମକଳ ବାହିନୀକୁ ଖବର ଦିଆଯାଇଥିଲା। ସୂଚନା ପାଇ ଅଗ୍ନିଶମ ବିଭାଗର ଦୁଇଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲା। ଦୀର୍ଘ ସମୟର ପ୍ରଚେଷ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଥିଲା। ତେବେ ଅଗ୍ନିକାଣ୍ଡରେ କମ୍ପ୍ୟୁଟର ସେକ୍ସନ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା କହିଛନ୍ତି ଗଜପତି ଆଞ୍ଚଳିକ ପରିବହନ ଅଧିକାରୀ ତପନ କୁମାର ବେଟି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।