ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

Sep 04, 2026 - 22:07
ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ନାହିଁ। ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ବିଭାଗର ସୂଚନାନୁଯାୟୀ, ଲଘୁଚାପ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଦକ୍ଷିଣ ଉତ୍ତରପ୍ରଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ମଧ୍ୟପ୍ରଦେଶ ଅଞ୍ଚଳ ଆଡ଼କୁ ଗତି କରିବ। ଲଘୁଚାପ ଓଡ଼ିଶାରୁ ଚାଲିଯିବା ପରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ହୋଇଯାଇଛି। ତେବେ ବାୟୁମଣ୍ଡଳରେ ଜଳୀୟବାଷ୍ପ ଥିବାରୁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୯ତାରିଖରୁ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।